ସରିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରୁ ଖାଲି ସିନ୍ଦୁକ ଓ ଆଲମିରା ସ୍ଥାନାନ୍ତରଣ ପ୍ରକ୍ରିୟା। ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି।
ସେ କହିଛନ୍ତି, ରତ୍ନଭଣ୍ଡାର ଭିତରେ ଥିବା ଏକ ଲୁହା ସିନ୍ଦୁକ ବାହାର କରିବା ସମ୍ଭବ ନହେବାରୁ କବାଟ କଟାଯାଇଥିଲା। ବାହାର ରତ୍ନଭଣ୍ଡାର କାଠ କବାଟ କଟାଯାଇ ଉକ୍ତ ସିନ୍ଦୁକ ବାହାର କରାଗଲା। ସିନ୍ଦୁକ ବାହାର କରାଗଲା ପରେ ପୁଣି କବାଟ ମରାମତି ହୋଇଥିଲା। ସମସ୍ତ ସିନ୍ଦୁକ ଓ ଆଲମିରାକୁ ନିର୍ଦ୍ଧାରିତ କୋଠରୀରେ ରଖାଯାଇଛି।
Also Read
ଭିତର ଏବଂ ବାହାର ରତ୍ନଭଣ୍ଡାର ଏବେ ସଂପୂର୍ଣ୍ଣ ଖାଲି ହୋଇଯାଇଛି। ଏହା ପରେ ଏଏସ୍ଆଇକୁ ଚିଠି ଲେଖାଯିବ। ASI ଆବଶ୍ୟକ ସ୍କାନିଂ କରି କିଛି ଜିନିଷ ଥିଲେ ସନ୍ଧାନ କରିବେ। ଆବଶ୍ୟକ ସ୍କାନିଂ ପରେ ASI ମରାମତି କାର୍ଯ୍ୟ କରିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଶ୍ରୀ ପାଢ଼ୀ କହିଛନ୍ତି।
ସୂଚନାଯୋଗ୍ୟ, ଶ୍ରୀମନ୍ଦିର ରତ୍ନଭଣ୍ଡାରରୁ ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମକୁ ଖାଲି ସିନ୍ଦୁକ ଓ ଆଲମିରା ସ୍ଥାନାନ୍ତର ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।
Miscellaneous
ଶ୍ରୀମନ୍ଦିରରେ ଦୁଇ ସେବକ ମାରପିଟ ଘଟଣା, କାରଣ ଦର୍ଶାଅ ନୋଟିସ ପଠାଇଲେ ମୁଖ୍ୟ ପ୍ରଶାସକ
ଗତ ୧୬ ତାରିଖ ଦିନ ମୁକ୍ତିମଣ୍ଡପ ସାମ୍ନାରେ ଅବକାଶ ପାଦୁକା ବଣ୍ଟନକୁ ନେଇ ଉଭୟ ସେବକ ପରସ୍ପରକୁ ଗାଳିଗୁଳଜ କରିବା ସହ ମାରପିଟ୍ କରି ରକ୍ତାକ୍ତ ହୋଇଥିଲେ।