ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା। ଶ୍ରୀ ଭଣ୍ଡାରେ ୨୦୦୭ରୁ ୨୦୧୩ ଯାଏ ଓଡ଼ିଶାର ରାଜ୍ୟପାଳ ଥିଲେ। ମହାରାଷ୍ଟ୍ର କଂଗ୍ରେସର ଏହି ବରିଷ୍ଠ ରାଜନେତା ୩ଥର ସାଂସଦ ହୋଇଥିଲେ। ସେ ସୁପ୍ରିମ୍ କୋର୍ଟର ଆଇନ୍ଜୀବୀ ମଧ୍ୟ ରହିଥିଲେ। ଶ୍ରୀ ଭଣ୍ଡାରେଙ୍କ ବିୟୋଗରେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି।
ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ଶ୍ରୀ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗରେ ରାଜ୍ୟପାଳ ରଘୁବର ଦାସ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଅମର ଆତ୍ମାର ସଦଗତି ନିମନ୍ତେ କାମନା କରି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ରାଜ୍ୟପାଳ।
ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ଶ୍ରୀ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗରେ ମାନ୍ୟବର ରାଜ୍ୟପାଳ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।ଅମର ଆତ୍ମାର ସଦଗତି ନିମନ୍ତେ କାମନା କରି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। pic.twitter.com/Aq11ceDheE
— Governor Odisha (@GovernorOdisha) June 15, 2024
Xରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ସ୍ୱର୍ଗତ ଭଣ୍ଡାରେ ଓଡ଼ିଶାର ରାଜ୍ୟପାଳ ଭାବରେ ରାଜ୍ୟର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଥିଲେ। ତାଙ୍କ ଜ୍ଞାନ ଓ ଅମାୟିକ ସ୍ଵଭାବ ଯୋଗୁ ସେ ସାରା ରାଜ୍ୟ ବାସୀଙ୍କ ପ୍ରିୟ ହୋଇ ପାରିଥିଲେ। ତାଙ୍କ ବିୟୋଗ ଏକ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି।
ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ଦେହାନ୍ତ ବିଷୟରେ ଶୁଣି ମୁଁ ଅତ୍ୟନ୍ତ ମର୍ମାହତ। ରାଜ୍ୟପାଳ ଥିବା ବେଳେ ସ୍ବର୍ଗତ ଭଣ୍ଡାରେଙ୍କ ଅବଦାନ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ଥିଲା।
— Mohan Charan Majhi (@MohanMOdisha) June 15, 2024
ସ୍ବର୍ଗତ ଭଣ୍ଡାରେଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହିତ ପରିବାର ଓ ବନ୍ଧୁବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।