Advertisment

୨୩ରେ ବସିବ ‘ୱାନ୍ ନେସନ, ୱାନ୍‌ ଇଲେକ୍ସନ’ କମିଟିର ପ୍ରଥମ ବୈଠକ

ଏକା ଥରକେ ଲୋକସଭା ଓ ସବୁ ରାଜ୍ୟର ବିଧାନସଭା ନିର୍ବାଚନ କରାଇବାକୁ ଚେଷ୍ଟା କରୁଛନ୍ତି କେନ୍ଦ୍ର ସରକାର।

ଅଦ୍ୟତନ ହୋଇଛି
Ramnath Kovind

Ramnath Kovind

Advertisment

ସେପଟେମ୍ବର ୨୩ରେ ‘ୱାନ ନେସନ, ୱାନ ଇଲେକ୍ସନ’ ବା ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ କମିଟିର ପ୍ରଥମ ବୈଠକ ବସିବ। ଏହି ସୂଚନା ଦେଇଛନ୍ତି ପୂର୍ବତନ ରାଷ୍ଟ୍ରପତି ତଥା ‘ୱାନ ନେସନ, ୱାନ ଇଲେକ୍ସନ’ କମିଟିର ଅଧ୍ୟକ୍ଷ ରାମନାଥ କୋବିନ୍ଦ। ସେ ଆଜି ଭୁବନେଶ୍ୱର ଗସ୍ତରେ ଆସିଥିବା ଅବସରରେ ଏହି କଥା କହିଛନ୍ତି। ରାମନାଥ କୋବିନ୍ଦ ଏକ ଘରୋଇ ବିଶ୍ୱବିଦ୍ୟାଳୟର କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଭୁବନେଶ୍ୱର ଆସିଛନ୍ତି।

Advertisment

ଏକା ଥରକେ ଲୋକସଭା ଓ ସବୁ ରାଜ୍ୟର ବିଧାନସଭା ନିର୍ବାଚନ କରାଇବାକୁ ଚେଷ୍ଟା କରୁଛନ୍ତି କେନ୍ଦ୍ର ସରକାର। ଏହାକୁ କେମିତି କାର୍ଯ୍ୟକାରୀ କରାଯାଇପାରିବ, ସେଥିପାଇଁ ଏକ କମିଟି ଗଠନ କରାଯାଇଛି। ଏହି କମିଟିର ଅଧ୍ୟକ୍ଷ ହେଉଛନ୍ତି ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ।

ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, କଂଗ୍ରେସର ଲୋକସଭା ନେତା ଅଧୀର ରଞ୍ଜନ ଚୌଧୁରୀ, ରାଜ୍ୟସଭାର ପୂର୍ବତନ ବିରୋଧୀ ଦଳ ନେତା ଗୁଲାମ ନବୀ ଆଜାଦ, ୧୫ତମ ଅର୍ଥ କମିଶନର ପୂର୍ବତନ ଅଧ୍ୟକ୍ଷ ଏନକେ ସିଂହ, ଲୋକସଭାର ପୂର୍ବତନ ସେକ୍ରେଟାରୀ ଜେନାରାଲ ସୁଭାଷ ସି କଶ୍ୟପ, ବରିଷ୍ଠ ଆଇନଜୀବୀ ହରିଶ ସାଲଭେ ଓ ଭିଜିଲାନ୍ସ କମିଶନର ପୂର୍ବତନ ମୁଖ୍ୟ ସଞ୍ଜୟ କୋଠାରୀଙ୍କୁ ଏହି କମିଟିରେ ସଦସ୍ୟ ଭାବେ ସରକାର ନିଯୁକ୍ତି ଦେଇଥିଲେ। ତେବେ କଂଗ୍ରେସର ଲୋକସଭା ନେତା ଅଧୀର ରଞ୍ଜନ ଚୌଧୁରୀ ଏହି କମିଟିରୁ ଓହରି ଯାଇଛନ୍ତି। 

Advertisment

ଆମ ଦେଶରେ ଲୋକସଭା ଓ ସମସ୍ତ ରାଜ୍ୟର ବିଧାନସଭା ନିର୍ବାଚନ ଏକାବେଳେ ହେବା କିଛି ନୂଆ କଥା ନୁହେଁ। ୧୯୬୭ ମସିହା ପର୍ଯ୍ୟନ୍ତ ଲୋକସଭା ଓ ସମସ୍ତ ରାଜ୍ୟର ବିଧାନସଭା ନିର୍ବାଚନ ଗୋଟିଏ ସମୟରେ ହୋଇଥିଲା। ମୋଟ ୪ ଥର ଏହିଭଳି ନିର୍ବାଚନ ହୋଇଥିଲା। ୧୯୬୮-୬୯ରୁ ଏହି ଧାରାରେ ପରିବର୍ତ୍ତନ ହେଲା। କାରଣ ସେହି ବର୍ଷ କିଛି ବିଧାନସଭାକୁ ଅବଧି ଶେଷ ହେବା ପୂର୍ବରୁ ଭାଙ୍ଗି ଦିଆଯାଇଥିଲା। ସେହିପରି ୧୯୭୧ରେ ପ୍ରଥମ ଥର ପାଇଁ ୫ ବର୍ଷ ଅବଧି ଶେଷ ହେବା ପୂର୍ବରୁ ଲୋକସଭାକୁ ଭାଙ୍ଗି ଦିଆଯାଇଥିଲା। ଆହୁରି ଏକ ବର୍ଷ କାର୍ଯ୍ୟକାଳ ଥିବା ବେଳେ ଲୋକସଭାକୁ ଭାଙ୍ଗି ନିର୍ବାଚନ କରାଯାଇଥିଲା।

Ramnath Kovind One Nation One Election
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe