Advertisment

ପୁଲିସ୍‌ ଡ୍ରାଇଭର ନିଯୁକ୍ତିରେ ସର୍ବାଧିକ ବୟସସୀମା କୋହଳ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଗତ ଅକ୍ଟୋବର ୭ ତାରିଖରେ ଓଡ଼ିଶା ପୁଲିସରେ ୪୦୫ଟି ଡ୍ରାଇଭର ପଦରେ ନିଯୁକ୍ତି ପାଇଁ ପୁଲିସ ସିଲେକ୍ସନ ବୋର୍ଡ଼ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

ଅଦ୍ୟତନ ହୋଇଛି
undefined

Odisha High Court

Advertisment

ସର୍ବାଧିକ ବୟସସୀମା କୋହଳ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ବୟସସୀମା କୋହଳ ପାଇଁ ଦାୟର ଏକାଧିକ ମାମଲାର ରାୟ ପ୍ରକାଶ କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଗତ ଅକ୍ଟୋବର ୭ ତାରିଖରେ ଓଡ଼ିଶା ପୁଲିସରେ ୪୦୫ଟି ଡ୍ରାଇଭର ପଦରେ ନିଯୁକ୍ତି ପାଇଁ ପୁଲିସ ସିଲେକ୍ସନ ବୋର୍ଡ଼ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

Advertisment

ବିଜ୍ଞପ୍ତି ଅନୁସାରେ ଗତ ଜାନୁଆରୀ ୧ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କ ବୟସ ୧୮ରୁ ୨୩ ବର୍ଷ ମଧ୍ୟରେ ହୋଇଥିବା ଦର୍ଶାଯାଇଥିଲା। ପୂର୍ବରୁ କରୋନା ସମୟରେ ନିଯୁକ୍ତି ବନ୍ଦ ଥିବା ବେଳେ ୨୦୨୧ ମସିହା ପରେ ପ୍ରଥମ ଥର ପାଇଁ ବାହାରିଥିଲା ବିଜ୍ଞପ୍ତି। ତେବେ ନିୟମିତ ଭାବେ ନିଯୁକ୍ତି ପ୍ରକ୍ରିୟା ହୋଇନଥିବାରୁ ବୟସସୀମା କୋହଳ କରିବାକୁ ଏକାଧିକ ଆଶାୟୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କୋର୍ଟ ଆବେକାରୀଙ୍କ ଆବେଦନ ଗ୍ରହଣ କରି ଏହି ରାୟ ଶୁଣାଇଛନ୍ତି।

Cuttack High Court Orissa High Court
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe