Advertisment

୨୦ ହଜାର କୋଟି ଟଙ୍କାର ପ୍ରକଳ୍ପ ଶିଳାନ୍ୟାସ ଓ ଲୋକାର୍ପଣ କଲେ ମୋଦି

‘ଭାରତୀୟ ଅର୍ଥନୀତିକୁ ପ୍ରଧାନମନ୍ତ୍ରୀ ନୂଆ ଗତି ଦେଇଛନ୍ତି। ଏବେ ଭାରତ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତି ହୋଇପାରିଛି। ଖୁବ୍‌ ଶୀଘ୍ର ଏହା ତୃତୀୟ ବୃହତ୍ତମ ଅର୍ଥନୀତି ହେବାକୁ ଯାଉଛି।’

author-image
Manoranjan Sial
ଅଦ୍ୟତନ ହୋଇଛି
Modi

Modi

ନିର୍ବାଚନ ପୂର୍ବରୁ ଓଡ଼ିଶାକୁ ପ୍ରାୟ ୨୦ ହଜାର କୋଟି ଟଙ୍କାର ଉପହାର ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରେଳ, ଜାତୀୟ ରାଜପଥ ଆଦି ୧୬ଟି ପ୍ରକଳ୍ପର ଶିଳାନ୍ୟାସ୍‌ ଓ ଲୋକାର୍ପଣ କରିଛନ୍ତି। ପୁରୀ-ଆନ୍ଦବିହାର ଟର୍ମିନାଲ୍‌(ଦିଲ୍ଲୀ) ଏକ୍ସପ୍ରେସ୍‌ ଟ୍ରେନ୍‌ କେନ୍ଦୁଝରଗଡ଼ ଷ୍ଟେସନ୍‌ ଦେଇ ଚାଲିଲା। ଏହାଛଡ଼ା ପାରାଦୀପ- କେନ୍ଦୁଝର ପାସେଞ୍ଜର ଟ୍ରେନ୍‌କୁ ପ୍ରଧାନମନ୍ତ୍ରୀ ଲୋକାର୍ପଣ କରିଛନ୍ତି।

Advertisment

ଚଣ୍ଡିଖୋଲରେ ଆୟୋଜିତ ଭବ୍ୟ ସଭାରେ ଜୟ ଜଗନ୍ନାଥରୁ ଭାଷଣ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ କହିଛନ୍ତି, ଓଡ଼ିଶାରେ ଆଜି ବିକାଶର ନୂଆ ଧାରା ଆରମ୍ଭ ହୋଇଛି। ଓଡ଼ିଶା ଓ ଦେଶର ବିକାଶ ପାଇଁ ବିଜୁ ବାବୁଙ୍କ ଯୋଗଦାନ ସ୍ମରଣୀୟ ହୋଇ ରହିଛି। ସମଗ୍ର ଦେଶବାସୀଙ୍କ ପକ୍ଷରୁ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି। ଆଜିର ପ୍ରକଳ୍ପ ଯୋଗୁ ଓଡ଼ିଶାରେ ନୂଆ ରୋଜଗାର ମିଳିବ। ଦେଶରେ ଏବେ ଏମିତି ସରକାର ଯିଏ ବର୍ତ୍ତମାନ ଓ ଭବିଷ୍ୟତ ଚିନ୍ତା କରୁଛି। ସରକାର ପୂର୍ବ ଭାରତର ସାମର୍ଥ୍ୟ ବଢ଼ାଇ ଚାଲିଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ମୋଦି ଆହୁରି କହିଛନ୍ତି, ପୂର୍ବ ଯୋଜନାରେ ପ୍ରକଳ୍ପ ଠିକ୍‌ ସମୟରେ ସରୁନଥିଲା। ଆମ ସରକାର ପ୍ରକଳ୍ପକୁ ନିର୍ଦ୍ଧାରିତ ସମୟରେ ସାରିବାକୁ ଗୁରୁତ୍ୱ ଦିଏ। ଆମ ସରକାର ପାରାଦୀପ ରିଫାଇନାରୀ କାମ ସାରିଥିଲା। ଓଡ଼ିଶାର ବିକାଶ ପାଇଁ ଆମେ ଗୁରୁତ୍ୱ ଦେଇଆସୁଛୁ। ଓଡ଼ିଶା ରେଳ ବଜେଟ ପ୍ରାୟ ୧୨ ଗୁଣା ବଢ଼ାଇଛୁ। ଗଂଜାମରେ ଲୁଣି ଜଳ ପ୍ରକ୍ରିୟାକରଣ ପ୍ଲାଣ୍ଟ ଶିଳାନ୍ୟାସ ହୋଇଛି। ଲୁଣି ଜଳକୁ ପାନୀୟ ଉପଯୋଗୀ ଜଳରେ ପରିଣତ କରାଯିବ। ଏହାଦ୍ୱାରା ଦୈନିକ ୫୦ ଲକ୍ଷ ଲିଟର ପାନୀୟ ଜଳ ମିଳିବ ବୋଲି ମୋଦି କହିଛନ୍ତି।

Advertisment

ପ୍ରଧାନମନ୍ତ୍ରୀଙ୍କ ଭାଷଣ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଭାରତୀୟ ଅର୍ଥନୀତିକୁ ପ୍ରଧାନମନ୍ତ୍ରୀ ନୂଆ ଗତି ଦେଇଛନ୍ତି। ଏବେ ଭାରତ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତି ହୋଇପାରିଛି। ଖୁବ୍‌ ଶୀଘ୍ର ଏହା ତୃତୀୟ ବୃହତ୍ତମ ଅର୍ଥନୀତି ହେବାକୁ ଯାଉଛି। ଓଡ଼ିଶାକୁ ଅନେକ ପ୍ରକଳ୍ପ ଭେଟି ଦେଇଥିବାରୁ କୃତଜ୍ଞତା ଜଣାଇଉଛି। ଓଡ଼ିଶାର ବିକାଶ ପାଇଁ ମୁଁ ପ୍ରଧାନମନ୍ତ୍ରୀଙ୍କ ସହଯୋଗ କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଚଣ୍ଡିଖୋଲରେ ଆୟୋଜିତ ଭବ୍ୟ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସହ ରାଜ୍ୟପାଳ ରଘବର ଦାସ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶ୍ୱେଶ୍ୱର ଟୁଡୁ ପ୍ରମୁଖ ଉପସ୍ଥିତ ଥିଲେ।

BjD Bjp Narendra Modi PM Modi