Advertisment

ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା

ଗତ ୨ଦିନ ହେଲା ଜଳକା ନଦୀ ଅବବାହିକା ସମେତ ଉପରମୁଣ୍ଡ ତଥା ମୟୁରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁର, ମୋରଡ଼ା, ଶୁଳିଆପଦା,ଚିତ୍ରଡା ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି।

author-image
Jitendra Garnayak
Jalaka

Jalaka

ଲଘୁଚାପ ଜନିତ ଲଗାଣ ବର୍ଷା ପରେ ଫୁଲୁଛି ଜଳକା ନଦୀ। ଆଜି ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଏହାର ଜଳସ୍ତର। ଫଳରେ ନଦୀ କୂଳିଆଙ୍କୁ ଘାରିଛି ବନ୍ୟା ଆଶଙ୍କା।

Advertisment

ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ ମଥାନୀଠାରେ ଜଳକା ନଦୀର ସତର୍କ ସଙ୍କେତ ୬.୦୦ ମିଟର ରହିଥିବାବେଳେ ଆଜି ରାତି ୮ଟା ସୁଦ୍ଧା ଏଠାରେ ଏହାର ଜଳସ୍ତର ୬.୫୧ ମିଟର ରହିଛି। ଫଳରେ ଏଠାରେ ଜଳକା ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି।

ଗତ ୨ଦିନ ହେଲା ଜଳକା ନଦୀ ଅବବାହିକା ସମେତ ଉପରମୁଣ୍ଡ- ମୟୁରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁର, ମୋରଡା, ଶୁଳିଆପଦା,ଚିତ୍ରଡା ଅଞ୍ଚଳରେ ପ୍ରବଳ ବର୍ଷା ଲାଗିରହିଛି। ଫଳରେ ନଦୀର ଜଳସ୍ତର ବି ବଢୁଛି। ଏଭଳି ବର୍ଷା ଲାଗି ରହିଲେ ବନ୍ୟା ସମ୍ଭାବନାକୁ ଏଡ଼ାଇ ଦିଆଯାଇନପାରେ। ଯଦି ବନ୍ୟା ହୁଏ, ତା’ହେଲେ ବସ୍ତା ବ୍ଲକର ୧୦ ଏବଂ ସଦର ବ୍ଲକର ୩ଟି ପଞ୍ଚାୟତ ପ୍ରଭାବିତ ହେବା ସହ ଚାଷବାସ ଉଜୁଡ଼ିବାର ଆଶଙ୍କା ରହିଛି।

Advertisment

ସୂଚନଯୋଗ୍ୟ, ଆସନ୍ତାକାଲି ସକାଳ ସାଢ଼େ ଆଠଟା ପର୍ଯ୍ୟନ୍ତ ମୟୁରଭଞ୍ଜ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ସମୟ ମଧ୍ୟରେ ସେଠାରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ ସ୍ଥାନେ ସ୍ଥାନେ ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। 

ରିପୋର୍ଟ- ଜଳେଶ୍ୱରରୁ ଅଜିତ ଦାସ

Flood Situation