ଭାଲୁକୁ ଟ୍ରାଙ୍କୁଲାଇଜ୍ କରିବା ପାଇଁ ନିଶା ଇଞ୍ଜେକସନ୍ ଦେଉଥିଲେ ଫରେଷ୍ଟେର। ଅସାବଧାନତା କାରଣରୁ ନିଜ ଦେହରେ ବାଜିଗଲା। ଚେତାଶୂନ୍ୟ ହୋଇ ତଳେ ପଡ଼ିଗଲେ ଫରେଷ୍ଟେର। ୧୦ ଘଣ୍ଟା ପରେ ଫେରିଲା ଚେତା। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର କେରଜୁଳି ଗାଁରେ ଏହି ଘଟଣା ଘଟିଛି। ଚିକିତ୍ସା ପରେ ଫରେଷ୍ଟର ସୁସ୍ଥ ଥିବ ଜଣାଯାଇଛି। ଉକ୍ତ ଫରେଷ୍ଟେର ଜଣଙ୍କ ହେଲେ ଦିପକ ସାହୁ।
ଗତକାଲି ବନ ବିଭାଗ ଟିମ୍ କେରଜୁଳି ଗାଁରେ ପହଞ୍ଚି ଭାଲୁକୁ ଟ୍ରାଙ୍କୁଲାଇଜ୍ କରିବା ପାଇଁ ଚେଷ୍ଟା କରିଥିଲେ। ଏହି ସମୟରେ ଇଞ୍ଜେକସନ୍ ଫରେଷ୍ଟେରଙ୍କ ଦେହରେ ବାଜିଥିଲା। ସଙ୍ଗେ ସଙ୍ଗେ ଫରେଷ୍ଟର ଚେତାଶୂନ୍ୟ ହୋଇପଡ଼ିଥିଲେ।
Also Read
ତାଙ୍କୁ ଉଦ୍ଧାର କରାଯାଇ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ସ୍ଥାନାନ୍ତର କରାଯାଇଥିଲା। ୧୦ ଘଣ୍ଟା ପରେ ଫରେଷ୍ଟରଙ୍କର ଆଜି ଚେତା ଫେରିଛି। ବର୍ତ୍ତମାନ ଫରେଷ୍ଟର ସୁସ୍ଥ ଥିବା ଜଣାଯାଇଛି। କିପରି ଏପରି ଅଘଟଣ ଘଟିଲା ତାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ହାଇକୋର୍ଟରେ ରାଜ୍ୟ ମହିଳା ଆୟୋଗ ବରଖାସ୍ତ ମାମଲା, ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ, ୧୧ରେ ପରବର୍ତ୍ତୀ ଶୁଣାଣି
ହାଇକୋର୍ଟ ବିଚାରପତି ଜଷ୍ଟିସ ସଞ୍ଜିବ କୁମାର ପାଣିଗ୍ରାହୀଙ୍କ ଖଣ୍ଡପୀଠ ଆଜି ରାଜ୍ୟ ମହିଳା ଆୟୋଗର ୩ଜଣ ବରଖାସ୍ତ ସଦସ୍ୟ ସ୍ୱର୍ଣ୍ଣଲତା ସାମଲ, ବବିତା ସ୍ୱାଇଁ ଓ ବିଜୟ ବରୁୱାଙ୍କ ଦ୍ୱାରା ଦାଏର ପୃଥକ ପୃଥକ ଆବେଦନର ଏକାଠି ଶୁଣାଣି କରିଥିଲେ ।
Miscellaneous
ନେଲେ ଶିଳ୍ପ ପାଇଁ, କଲେ ଆପାର୍ଟମେଣ୍ଟ
୫ ଏକର ଶିଳ୍ପ ଜମିକୁ ଘରବାରି କିସମରେ ପରିବର୍ତ୍ତନ କରିଦେବା ଘଟଣା। ରାଜସ୍ୱ ବିଭାଗ ନିର୍ଦ୍ଦେଶ ପରେ ବି ମାମଲା ରୁଜୁ କରୁନାହାନ୍ତି ଜିଲ୍ଲାପାଳ।
Miscellaneous
‘ରାଷ୍ଟ୍ରବାଦୀ ନେତା ଥିଲେ ଉତ୍କଳକେଶରୀ ଡକ୍ଟର ହରେକୃଷ୍ଣ ମହତାବ’
ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନ ପରିସରରେ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ମହାସମାରୋହ ପାଳିତ ହୋଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
Miscellaneous
୧୦ ଟଙ୍କାରେ ପାଇଲସ୍ ଭଲ ହୋଇଯିବ!
ବଡ଼ମ୍ବାରୁ ଆସିଥିବା ସତିଆ ମଉସା କଟକ ବାଲିଯାତ୍ରାରେ ବିକ୍ରି କରୁଛନ୍ତି ଏହି କାଠି।
Miscellaneous
ଆସନ୍ତାକାଲି ଭାଙ୍ଗାଯିବନି ବୈକୁଣ୍ଠଧାମ ଆଶ୍ରମ
ବୈକୁଣ୍ଠଧାମ ଆଶ୍ରମରେ ବାବା ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ଲୀଳାଖେଳା କରୁଥିଲେ। ପ୍ରତିଦିନ ଭକ୍ତଙ୍କୁ ଭେଟୁଥିଲେ ଓ ପ୍ରବଚନ ଦେଉଥିଲେ। ସେଥିପାଇଁ ଭକ୍ତଙ୍କ ପ୍ରବଳ ଭିଡ ଜମୁଥିଲେ।