Advertisment

ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ

ବିଧାୟକ ଜୟନାରାୟଣ ମହାନ୍ତି ଜଳେଶ୍ୱରରୁ କ୍ରମାଗତ ୨ ଥର କଂଗ୍ରେସ ବିଧାୟକ ଥିଲେ।

ଅଦ୍ୟତନ ହୋଇଛି
Former Jaleswar MLA

Former Jaleswar MLA

Advertisment

ବାଲେଶ୍ୱର ଜିଲ୍ଲା ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ଜୟନାରାୟଣ ଭୁବନେଶ୍ୱର ଏମସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

Advertisment

ଜୟନାରାୟଣ ଦୀର୍ଘ ଦିନ ହେଲା ବିଭିନ୍ନ ରୋଗରେ ପୀଡ଼ିତ ଥିଲେ। ଗତ ୨୮ ତାରିଖରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

ଜୟନାରାୟଣ ଜଳେଶ୍ୱରରୁ କ୍ରମାଗତ ୨ ଥର କଂଗ୍ରେସ ବିଧାୟକ ଥିଲେ। ସେ କଂଗ୍ରେସର ଜଣେ ଟାଣୁଆ ନେତା ଥିଲେ। ପରବର୍ତ୍ତୀ ସମୟରେ ୨୦୧୯ରେ ସେ ବିଜେପିରେ ସାମିଲ ହୋଇଥିଲେ। ଜଳେଶ୍ୱର ନିର୍ବାଚନ ମଣ୍ଡଳୀରୁ ଜୟନାରାୟଣ ବିଜେପିରୁ ପ୍ରାର୍ଥୀ ହୋଇଥିଲେ। ୧୯୪୮ ମସିହାରେ ଜୟନାରାୟଣ ମହାନ୍ତି ଜନ୍ମଗ୍ରହଣ କରିଥିଲେ।

Advertisment

ଜୟନାରାୟଣ ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ବିଜେପି ରାଷ୍ଟ୍ରୀୟଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା। ସମସ୍ତେ ଟୁଇଟ୍ କରି ସ୍ୱର୍ଗତ ଜୟନାରାୟଣ ମହାନ୍ତିଙ୍କ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।

Balasore
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe