Advertisment

କେନ୍ଦ୍ରାପଡାର ପୂର୍ବତନ ବିଧାୟକଙ୍କ ପରଲୋକ

କେନ୍ଦ୍ରାପଡାର ପୂର୍ବତନ ବିଧାୟକ ତଥା ପୂର୍ବତନ ବିଜେଡି ଜିଲା ସଭାପତି ଉତ୍କଳ କେଶରୀ ପରିଡାଙ୍କର ଆଜି ପରଲୋକ ହୋଇଛି।

ଅଦ୍ୟତନ ହୋଇଛି
Utkal Keshari Parida

Utkal Keshari Parida

Advertisment

କେନ୍ଦ୍ରାପଡାର ପୂର୍ବତନ ବିଧାୟକ ତଥା ପୂର୍ବତନ ବିଜେଡି ଜିଲା ସଭାପତି ଉତ୍କଳ କେଶରୀ ପରିଡାଙ୍କର ଆଜି ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ହୋଇଥିଲା । ଦୀର୍ଘ ଦିନଧରି ସେ ଅସୁସ୍ଥ ଥିବା ବେଳେ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ଆଜି ସକାଳ ସାଢେ ୯ଟାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ଜଣାଯାଇଛି।

Advertisment

ଉତ୍କଳ କେଶରୀ ପରିଡା କେନ୍ଦ୍ରାପଡା ଡେରାବିଶ ବ୍ଲକ୍ ଅନ୍ତର୍ଗତ ସଲାରୋ ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ସେ ଛାତ୍ର ଜୀବନରୁ ରାଜନୀତିରେ ପ୍ରବେଶ କରିଥିଲେ । ସାଲେପୁର କଲେଜ ଛାତ୍ର ସଂସଦ ସଭାପତି ଭାବେ ସେ ନିର୍ବାଚିତ ହୋଇଥିଲେ । ପରେ ଡେରାବିଶ ବ୍ଲକ ଚେୟାରମ୍ୟାନ ଭାବେ କାର୍ଯ୍ୟ କରିଥିଲେ ।

୨୦୦୪ ରେ ସେ ଓଡ଼ିଶା ଗଣ ପରିଷଦ ଟିକେଟରେ ଲଢ଼ି କେନ୍ଦ୍ରାପଡା ର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୨୦୧୯ ରୁ ୨୦୨୩ ପର୍ୟ୍ୟନ୍ତ କେନ୍ଦ୍ରାପଡା ଜିଲା ବିଜେଡି ସଭାପତି ଭାବେ ଦାୟିତ୍ୱ ତୁଲାଇ ଥିଲେ l ଉତ୍କଳ କେଶରୀ ପରିଡାଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତ କରିଛନ୍ତି l

Advertisment

ଉତ୍କଳ କେଶରୀ ପରିଡ଼ାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକ ପ୍ରକାଶ କରିଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ସେ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି। 

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବି ଉତ୍କଳ କେଶରୀ ପରିଡ଼ାଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି। ଲୋକଙ୍କ ସେବା ଉନ୍ନତି ଦିଗରେ ତାଙ୍କର କାର୍ଯ୍ୟ ସ୍ମରଣୀୟ ରହିବ ବୋଲି ନବୀନ ପଟ୍ଟନାୟକ କହିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। 

କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ବି ପୂର୍ବତନ ବିଧାୟକଙ୍କ ମୃତ୍ୟୁରେ ଶୋକପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସାନ୍ତ୍ୱନା ଜଣାଇଛନ୍ତି।

Kendrapada
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe