Advertisment

ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ

୧୯୯୫ ରୁ ୨୦୦୦ ପର୍ଯ୍ୟନ୍ତ ପିପିଲିର ବିଧାୟକ ଥିଲେ ଯୁଦ୍ଧିଷ୍ଠିର।

ଅଦ୍ୟତନ ହୋଇଛି
Judhistir Samantaray

Judhistir Samantaray

Advertisment

ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ନିଜର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଯୁଧିଷ୍ଠିରଙ୍କ ମୃତ୍ୟୁ ହୋଇଥିବା ନେଇ ତାଙ୍କ ଭାଇ ସୂଚନା ଦେଇଛନ୍ତି।

Advertisment

ଗତ କିଛି ମାସ ହେବ ଅସୁସ୍ଥ ଥିଲେ ଯୁଧିଷ୍ଠିର। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ।

୧୯୯୫ ରୁ ୨୦୦୦ ମସିହା ପର୍ଯ୍ୟନ୍ତ ପିପିଲି ବିଧାୟକ ଥିଲେ ଯୁଧିଷ୍ଠିର ସାମନ୍ତରାୟ। ଏହାପରେ ଯୁଧିଷ୍ଠିର ଲଗାତାର ୨୦୧୪ ପର୍ଯ୍ୟନ୍ତ
ନିର୍ବାଚନ ଲଢିଥିଲେ ମଧ୍ୟ ପରାଜିତ ହୋଇଥିଲେ। ସେହିପରି ୧୯୮୪ ରୁ ୧୯୯୦ ମସିହା ପର୍ଯ୍ୟନ୍ତ ସେ ପିପିଲି ବ୍ଲକ ଚେୟାରମ୍ୟାନ ଥିଲେ। ଯୁଧିଷ୍ଠିରଙ୍କ ବିୟୋଗରେ କଂଗ୍ରେସ ଜଣେ ଟାଣୁଆ ସଙ୍ଗଠକଙ୍କୁ ହରାଇଛି। ଯୁଦ୍ଧିଷ୍ଠିରଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।  ବିଭିନ୍ନ ନେତା ଓ ମନ୍ତ୍ରୀ ଗଭୀର ଶୋକପ୍ରକାଶ କରିଛନ୍ତି। 

Advertisment

ବିଜେପି ଜାତୀୟ ଉପସଭାପତି ତଥା ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ଟ୍ୱିଟ୍ କରି ଶୋକପ୍ରକାଶ କରିଛନ୍ତି। ସେ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଏବଂ ମର୍ମାହତ।। ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି। 

Former Pipili MLA Puri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe