Advertisment

ଅଦିନ ରଥ ଯାତ୍ରା; ଇସ୍କନକୁ ଚିଠି ଲେଖିଲେ ଗଜପତି

ଗଜପତି ଚିଠିରେ ଲେଖିଛନ୍ତି, ଶ୍ରୀମନ୍ଦିର ପରମ୍ପରା ମୁତାବକ ରଥଯାତ୍ରା କରିବାକୁ ପୂର୍ବରୁ କୁହାଯାଇଥିଲା। ଏନେଇ ଇସ୍କନ ସହ ଅନେକ ଥର ଆଲୋଚନା ହୋଇଥିଲା। ବିଧି ଓ ପରମ୍ପରା ମୁତାବକ ରଥଯାତ୍ରା ପାଇଁ ରିଜୋଲ୍ୟୁସନ ମଧ୍ୟ ହୋଇଥିଲା।

ଅଦ୍ୟତନ ହୋଇଛି
Gajapati

Gajapati

Advertisment

ଆମେରିକା ହ୍ୟୁଷ୍ଟନରେ ଇସ୍କନ ପକ୍ଷରୁ ଅଦିନ ସ୍ନାନ ଯାତ୍ରା ଓ ରଥଯାତ୍ରା ଆୟୋଜନ କରାଯିବ। ଏପରି ଅଦିନ ରଥଯାତ୍ରାକୁ ବିରୋଧ କରି ଇସ୍କନକୁ ଚିଠି ଲେଖିଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ। ହ୍ୟୁଷ୍ଟନ ମନ୍ଦିର କର୍ତ୍ତୃପକ୍ଷ ଓ ମାୟାପୁରୀ ମୁଖ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି। ଅଦିନ ରଥଯାତ୍ରା ପ୍ରଚଳିତ ପରମ୍ପରାର ବିରୁଦ୍ଧାଚରଣ କରୁଛି ବୋଲି ସେ ଚିଠିରେ ଲେଖିଛନ୍ତି।

Advertisment

ଗଜପତି ଚିଠିରେ ଲେଖିଛନ୍ତି, ଶ୍ରୀମନ୍ଦିର ପରମ୍ପରା ମୁତାବକ ରଥଯାତ୍ରା କରିବାକୁ ପୂର୍ବରୁ କୁହାଯାଇଥିଲା। ଏନେଇ ଇସ୍କନ ସହ ଅନେକ ଥର ଆଲୋଚନା ହୋଇଥିଲା। ବିଧି ଓ ପରମ୍ପରା ମୁତାବକ ରଥଯାତ୍ରା ପାଇଁ ରିଜୋଲ୍ୟୁସନ ମଧ୍ୟ ହୋଇଥିଲା। ତେଣୁ ନଭେମ୍ବର ୯ ତାରିଖରେ ଯୋଜନା ଥିବା ରଥଯାତ୍ରା ଆୟୋଜନ ବନ୍ଦ କରନ୍ତୁ। ନାଇଜେରିଆ ଇସ୍କନ ବି ନଭେମ୍ବର ୨୩ରେ ରଥଯାତ୍ରା ଯୋଜନା କରିଛି। ଏସବୁ ବନ୍ଦ କରନ୍ତୁ, କେବଳ ବିଧି ମୁତାବକ ସ୍ନାନ ଓ ରଥଯାତ୍ରା କରନ୍ତୁ ବୋଲି ଗଜପତି ଚିଠିରେ ଲେଖିଛନ୍ତି।

ସୂଚନାରୁ ପ୍ରକାଶ, ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରାକୁ ଭାଙ୍ଗିବା ପାଇଁ ଇସ୍କନ ଅପଚେଷ୍ଟା କରୁଛି। ଅଦିନରେ ରଥଯାତ୍ରା ନକରିବାକୁ ପୂର୍ବ ପ୍ରତିଶ୍ରୁତିରୁ ଓହରି ଏଥର ଆମେରିକାର ହ୍ୟୁଷ୍ଟନରେ ନଭେମ୍ବର ୩ ତାରିଖରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ୯ ତାରିଖରେ ରଥଯାତ୍ରାର ଆୟୋଜନ କରିବାକୁ ଯାଉଛି ଇସ୍କନ। ଆଷାଢ଼ ଶୁକ୍ଳ ଦ୍ୱିତୀୟା ବଦଳରେ ନିଜକୁ ସୁହାଉଥିବା ଯେ କୌଣସି ସମୟରେ ଇସ୍କନର ଏଭଳି ସ୍ନାନଯାତ୍ରା ଓ ରଥଯାତ୍ରାର ଆୟୋଜନକୁ ନେଇ ସୃଷ୍ଟି ହୋଇଛି ତୀବ୍ର ପ୍ରତିକ୍ରିୟା। ଇସ୍କନର ଏପରି କାର୍ଯ୍ୟକୁ ଜଗନ୍ନାଥ ପ୍ରେମୀ ନାପସନ୍ଦ କରିଛନ୍ତି।

Advertisment

ଚିଠିରେ ବଡ଼ ତାର୍କିକ ପ୍ରଶ୍ନ ଉଠାଇଲେ ଗଜପତି ମହାରାଜା। ଚିଠିରେ ଗଜପତି ଲେଖିଛନ୍ତି, ଯଦି ଜନ୍ମାଷ୍ଟମୀ ଗୋଟିଏ ଦିନରେ, ତେବେ ରଥଯାତ୍ରା କାହିଁକି ଭିନ୍ନ? କାହିଁକି ଭିନ୍ନ ଭିନ୍ନ ଦିନରେ ରଥଯାତ୍ରା ପାଳନ ହେବ ବୋଲି ପଚାରି ବର୍ଷିଲେ ଗଜପତି।

Puri Shreemandir Puri Gajapati Iskcon Temple
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe