Advertisment

ଓଏଏସ୍ ବଦଳି: ଗଙ୍ଗାଧର ନାୟକ ହେଲେ ରାଜ୍ୟ ମାନବାଧିକାର କମିଶନ ସଚିବ

ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ଯୁଗ୍ମ ଏସଆରସି ଭାବେ କାର୍ଯ୍ୟରତ ଲିପିକା ଦାସଙ୍କୁ ଓଡ଼ିଶା ସବଅର୍ଡିନେଟ୍ ଷ୍ଟାଫ ସିଲେକ୍ସନ କମିଶନଙ୍କ ଯୁଗ୍ମ ସଚିବ ଭାବେ ବଦଳି ହୋଇଛି ।

Lokaseva Bhavan

Lokaseva Bhavan

Advertisment

ରାଜ୍ୟ ସରକାର ଓଏଏସ୍ ଅଫିସରସ୍ତରରେ ବଦଳି କରିଛନ୍ତି । ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ବରିଷ୍ଠ ଓଏଏସ୍ ଗଙ୍ଗାଧର ନାୟକଙ୍କୁ ଓଡ଼ିଶା ମାନବାଧିକାର କମିଶନଙ୍କ ସଚିବ ଭାବେ ବଦଳି ହୋଇଛି।

Advertisment

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଓଡ଼ିଶା ମାନବାଧିକାର କମିଶନଙ୍କ ସଚିବ ଭାବେ ବରିଷ୍ଠ ଓଏଏସ୍ ସୁଦର୍ଶନ ପରିଡ଼ାଙ୍କ ପୂର୍ବ ବଦଳି ନିର୍ଦ୍ଦେଶକୁ ବାତିଲ କରାଯାଇଛି। ଶ୍ରୀ ପରିଡ଼ା ଏବେ ଗ୍ରାମ୍ୟ ଉନ୍ନୟନ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ସେହିପରି କଟକସ୍ଥିତ ଲ୍ୟାଣ୍ଡ ରେକର୍ଡସ ଆଣ୍ଡ ସର୍ଭେ ଅତିରିକ୍ତ ନିର୍ଦ୍ଦେଶକ ପୂର୍ଣ୍ଣ ଚନ୍ଦ୍ର ମିଶ୍ରଙ୍କୁ ଓଡ଼ିଶା ୱାକଫ୍ ବୋର୍ଡର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ରାଜ୍ୟ ହଜ୍ କମିଟିର ନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ସେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି ଦୁଇଟି ଅତିରିକ୍ତ ଦାୟିତ୍ୱରେ ରହିବେ।

ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ଯୁଗ୍ମ ଏସଆରସି ଭାବେ କାର୍ଯ୍ୟରତ ଲିପିକା ଦାସଙ୍କୁ ଓଡ଼ିଶା ସବଅର୍ଡିନେଟ୍ ଷ୍ଟାଫ ସିଲେକ୍ସନ କମିଶନଙ୍କ ଯୁଗ୍ମ ସଚିବ ଭାବେ ବଦଳି ହୋଇଛି । ସେହିପରି ଗଞ୍ଜାମ ଡିୟୁଡିଏ ପ୍ରକଳ୍ପ ନିର୍ଦ୍ଦେଶକ ସୁଧାଂଶୁ କୁମାର ଭୋଇଙ୍କୁ ଗଞ୍ଜାମ ଅତିରିକ୍ତ ଜିଲ୍ଲାପାଳ ଓ ନୂଆପଡ଼ା ଉପଜିଲ୍ଲାପାଳ ସୁବାସ ଚନ୍ଦ୍ର ରାଇତିଆଙ୍କୁ ନୂଆପଡ଼ାର ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି ହୋଇଛି ।

Advertisment

ସେହିପରି ବୌଦ୍ଧ ଉପଜିଲ୍ଲାପାଳ ରବୀନ୍ଦ୍ରନାଥ କହଁରଙ୍କୁ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି ହୋଇଛି । କାଶୀନଗର ବିଡିଓ ଅନୁପ ପଣ୍ଡାଙ୍କୁ ବୌଦ୍ଧ ଉପଜିଲ୍ଲାପାଳ ଓ ଟେଷ୍ଟବୁକ୍ ପ୍ରଡକ୍ସନ ଆଣ୍ଡ ମାର୍କେଟିଂ ପର୍ସେନାଲ ଅଫିସର ଯୋଗେନ୍ଦ୍ର ମାଝୀଙ୍କୁ ନୂଆପଡ଼ା ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି । ପଶ୍ଚିମଓଡ଼ିଶା ବିକାଶ ପରିଷଦର ଓଏସଡି ରବୀନ୍ଦ୍ର କୁମାର ପଟେଲଙ୍କୁ ଗଞ୍ଜାମ ଜିଲ୍ଲା ସହରାଂଚଳ ବିକାଶ ପ୍ରାଧିକରଣର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି ହୋଇଛି ।

Oas
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe