Advertisment

ଏଏସଓଙ୍କ ସଙ୍ଗୀନ ଅଭିଯୋଗ: ଜୀବନରୁ ମାରିଦେବାକୁ ଉଦ୍ୟମ କରିଥିଲେ ରାଜ୍ୟପାଳଙ୍କ ପୁଅ

ରାତି  ପ୍ରାୟ ୧୧ଟା ୪୫ମିନିଟରେ ସେ ରାଜଭବନସ୍ଥିତ ଅଫିସ ରୁମରେ ବସିଥିବାବେଳେ ରାଜ୍ୟପାଳଙ୍କ ବ୍ୟକ୍ତିଗତ ରୋଷେୟା ଆକାଶ ସିଂ ତାଙ୍କ ପାଖକୁ ଆସି ଲଳିତ କୁମାର ଡାକୁଥିବା କହିଥିଲେ ।

ଅଦ୍ୟତନ ହୋଇଛି
Letter

Letter

Advertisment

ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୁଦ୍ଧରେ ଆସିଛି ସଙ୍ଗୀନ ଅଭିଯୋଗ । ନିଜର ୫ଜଣ ସହଯୋଗୀଙ୍କ ସହ ମିଶି ବିଳମ୍ବିତ ରାତ୍ରିରେ ଓଡ଼ିଶା ସଚିବାଳୟ ସେବାର ଜଣେ କର୍ତ୍ତବ୍ୟରତ ଅଫିସର ବୈକୁଣ୍ଠନାଥ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ କରି ଲହୁଲୁହାଣ କରିଛନ୍ତି ଲଳିତ । ଏନେଇ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ରଙ୍କୁ ଗତ ଜୁଲାଇ ୮ତାରିଖ ଅପରାହ୍ନ ସାଢ଼େ ୪ଟାରେ ମୌଖିକ ଅବଗତ କରି ନ୍ୟାୟ ପାଇଁ ଗୁହାରି କରିଥିଲେ ମଧ୍ୟ କିଛି ସୁଫଳ ନମିଳିବାରୁ ଗତକାଲି(ଜୁଲାଇ ୧୦)ରେ ପୁଣିଥରେ ଶ୍ରୀ ପ୍ରଧାନ ଲିଖିତ ଅଭିଯୋଗ କରିଥିବା ଜଣାପଡ଼ିଛି ।

Advertisment

ସୂଚନା ଅନୁସାରେ, ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା ନେଇ ଓଡ଼ିଶା ସଚିବାଳୟ ସେବାର ଅଧିକାରୀ ବୈକୁଣ୍ଠନାଥ ପ୍ରଧାନ ସଙ୍ଗୀନ ଅଭିଯୋଗ ଆଣିଛନ୍ତି । ଶ୍ରୀ ପ୍ରଧାନ ଏନେଇ ରାଜ୍ୟପାଳଙ୍କ ପ୍ରମୁଖ ସଚିବଙ୍କୁ ଲିଖିତ ଭାବେ ଅଭିଯୋଗ କରିବା ପରେ ଘଟଣା ପଦାକୁ ଆସିଛି । ଶ୍ରୀ ପ୍ରଧାନ ମଧ୍ୟ ‘ଓଡ଼ିଶା ରିପୋର୍ଟର’କୁ ପ୍ରତିକ୍ରିୟା ଦେଇ ଅଭିଯୋଗ ଉପରେ ଏପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ହୋଇନଥିବା କହିଛନ୍ତି । ନ୍ୟାୟ ପାଇବା ପାଇଁ ପରବର୍ତ୍ତୀ ପଦକ୍ଷେପ ସମ୍ପର୍କରେ ସେ ଆଇନଗତ ପରାମର୍ଶ ଲୋଡ଼ୁଥିବା ମଧ୍ୟ ସୂଚନା ଦେଇଛନ୍ତି । ଶ୍ରୀ ପ୍ରଧାନ ଏବେ ସଂସଦୀୟ ବ୍ୟାପାର ବିଭାଗରେ ନିଯୁକ୍ତ ପାଇଛନ୍ତି ଓ ଡେପୁଟେସନରେ ରାଜଭବନର ହାଉସହୋଲଡ ସେକ୍ସନରେ ଏଏସଓ(ଆସିଷ୍ଟାଣ୍ଟ ସେକ୍ସନ ଅଫିସର) ଭାବେ କାର୍ଯ୍ୟରତ ଅଛନ୍ତି ।

ରାଜ୍ୟପାଳଙ୍କ ପ୍ରମୁଖ ସଚିବଙ୍କୁ ଦେଇଥିବା ଲିଖିତ ଅଭିଯୋଗରେ ଶ୍ରୀ ପ୍ରଧାନ  ଦର୍ଶାଇଛନ୍ତି ଯେ, ପୁରୀ ରାଜଭବନରେ ଜୁଲାଇ ୭ତାରିଖ ରାତିରେ ରାଜ୍ୟପାଳଙ୍କ ପୁଅ ଲଳିତ କୁମାର ଓ ତାଙ୍କର ଅନ୍ୟ ୫ଜଣ ସହଯୋଗୀ ମିଳିତ ଭାବେ ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜୁଲାଇ ୭ ଓ ୮ ତାରିଖ ପୁରୀ ଗସ୍ତକୁ ଦୃଷ୍ଟିରେ ରଖି ତାଙ୍କର ରାଜଭବନ ରହଣୀର ପ୍ରସ୍ତୁତି ତଦାରଖ ପାଇଁ ସେ(ପୁରୀ ରାଜଭବନର ଇନଚାର୍ଜ ଭାବେ) ଗତ ୫ତାରିଖରୁ ପୁରୀରେ ରହିଥିଲେ । ୭ ତାରିଖରେ ରାଷ୍ଟ୍ରପତିଙ୍କ ଗସ୍ତ ବେଶ୍ ଭଲରେ ସମ୍ପାଦନ ହୋଇଥିଲା । କିନ୍ତୁ ସେହି ରାତି  ପ୍ରାୟ ୧୧ଟା ୪୫ମିନିଟରେ ସେ ରାଜଭବନସ୍ଥିତ ଅଫିସ ରୁମରେ ବସିଥିବାବେଳେ ରାଜ୍ୟପାଳଙ୍କ ବ୍ୟକ୍ତିଗତ ରୋଷେୟା ଆକାଶ ସିଂ ତାଙ୍କ ପାଖକୁ ଆସି ଲଳିତ କୁମାର ଡାକୁଥିବା କହିଥିଲେ । ରାଜଭବନର ସୁଇଟ ନମ୍ବର-୪ରେ ରହୁଥିବା ଲଳିତଙ୍କୁ ଭେଟିବାକୁ ସେ ଯାଇଥିଲେ କିନ୍ତୁ ତାଙ୍କୁ ଦେଖୁଦେଖୁ ଲଳିତ ଉତକ୍ଷିପ୍ତ ହୋଇ ଅତ୍ୟନ୍ତ ଅଶାଳୀନ ଭାଷାରେ ବଡ଼ ପାଟିରେ ଗାଳିଗୁଲଜ କରିଥିଲେ । ତାଙ୍କର ଏଭଳି ଆଚରଣକୁ ପ୍ରତିବାଦ କରିବାରୁ ଲଳିତ ତାଙ୍କୁ ଚାପୁଡ଼ା ମାରିବା ଆରମ୍ଭ କରିଥିଲେ ବୋଲି ଶ୍ରୀ ପ୍ରଧାନ ଅଭିଯୋଗ କରିଛନ୍ତି । ନିଜକୁ ଅସହାୟ ମଣି ସେ ଉକ୍ତ ରୁମରୁ ଦୌଡ଼ି ପଳାଇ ଆସି ଆନେକ୍ସ ବିଲିଡିଂରେ ଲୁଚି ରହିବାକୁ ଚେଷ୍ଟା କରିଥିଲେ । ମାତ୍ର ଲଳିତଙ୍କର ଦୁଇଜଣ ପିଏସଓ ତାଙ୍କୁ ଖୋଜି ପୁଣିଥରେ ଲଳିତଙ୍କ ପାଖକୁ ଟେକି ନେଇଯାଇଥିଲେ ଆଉ ସେଠାରେ ତାଙ୍କ ମୁହଁକୁ ଚାପୁଡ଼ା,ମୁଥ ସହ ଶରୀରର ବିଭିନ୍ନ ଭାଗକୁ ଗୋଇଠା ମାରିଥିଲେ ଏବଂ ଲଳିତ ତାଙ୍କୁ ହତ୍ୟା ପାଇଁ ଧମକ ଦେବା ସହ କେହିବି ତାଙ୍କୁ ବଂଚାଇ ପାରିବେ ନାହିଁ ବୋଲି ଚେତାବନୀ ଦେଇଥିବା ନେଇ ଶ୍ରୀ ପ୍ରଧାନ ଅଭିଯୋଗ କରିଛନ୍ତି ।

Advertisment
letterଅଭିଯୋଗ ଚିଠି

ଏହି ସମସ୍ତ ଘଟଣା ସମ୍ପର୍କରେ ଶ୍ରୀ ପ୍ରଧାନ ଜୁଲାଇ ୮ତାରିଖ ଅପରାହ୍ନ ସାଢ଼େ ୪ଟାରେ ମୌଖିକ ଭାବେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ରଙ୍କୁ ଅବଗତ କରିଥିବା ତାଙ୍କ ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛନ୍ତି ।

ତେଣୁ ଏସମସ୍ତ ଘଟଣା ପ୍ରତି ଦୃଷ୍ଟି ଦେଇ ତାଙ୍କୁ ନ୍ୟାୟ ଦେବା ସହ ଦୋଷୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରୀ ପ୍ରଧାନ ଦାବି କରିଛନ୍ତି ।

ଅନ୍ୟପକ୍ଷରେ, ଶ୍ରୀ ପ୍ରଧାନଙ୍କ ଏହି ଅଭିଯୋଗ ସମ୍ପର୍କରେ ରାଜ୍ୟପାଳଙ୍କ ପୁଅ ଲଳିତ କୁମାରଙ୍କ ସହ ଯୋଗାଯୋଗ ସମ୍ଭବପର ହୋଇପାରିନି । ତେବେ ରାଜ୍ୟପାଳଙ୍କ ପିଆରଓ ସଞ୍ଜିବ କୁମାର ବାରିକଙ୍କୁ ପଚାରିବାରୁ ସେ ଏନେଇ କିଛି ଜାଣନ୍ତି ନାହିଁ ଓ ପ୍ରଥମଥର ପାଇଁ ଏକଥା ଶୁଣୁଥିବା କହିଛନ୍ତି ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe