Advertisment

‘ମାଣବସା ଗୁରୁବାରରେ ମାଆ ଲକ୍ଷ୍ମୀଙ୍କୁ ଲାଗି ହେଉ ମାଣ୍ଡିଆ’

ରାଜ୍ୟର ୧୭୭ ବ୍ଲକରେ ମାଣ୍ଡିଆ ଚାଷ ହେଉଛି। ବର୍ତ୍ତମାନ ମିଲେଟ ହବ୍ ପାଇଁ ବାତାବରଣ ସୃଷ୍ଟି ହୋଇଛି।

author-image
Jitendra Garnayak
CM

CM

ମାର୍ଗଶିର ମାସ ମାଣବସା ଗୁରୁବାରରେ ମାଆ ଲକ୍ଷ୍ମୀଙ୍କୁ ଲାଗି ହେଉ ମାଣ୍ଡିଆ ଭୋଗ। ମା’ ଲକ୍ଷ୍ମୀଙ୍କୁ ମାଣ୍ଡିଆ ପ୍ରସାଦ ଅର୍ପଣ କରି ସମସ୍ତଙ୍କୁ ପରଷିବା ପାଇଁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ମାଣ୍ଡିଆ ଦିବସ ଅବସରରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି
ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଓ ବିସ୍ମୃତ ଖାଦ୍ୟ ସମ୍ମିଳନୀ। ମାଣ୍ଡିଆ ଭଳି ପୁଷ୍ଟିଶସ୍ୟକୁ ଖାଇବା ଥାଳିକୁ ଫେରାଇ ଆଣିବା ଉଦ୍ଦେଶ୍ୟରେ ଆୟୋଜିତ ହୋଇଛି ଏହି ସମ୍ମିଳନୀ।

Advertisment

ଏଥିରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ସବୁ ଲୋକଙ୍କ ଥାଳିରେ ମାଣ୍ଡିଆ ପହଞ୍ଚାଇବା ସରକାରଙ୍କ ଲକ୍ଷ୍ୟ। ଏହା ହୋଇପାରିଲେ ସରକାର ତାଙ୍କ ଲକ୍ଷ୍ୟରେ ସଫଳ ହେବେ ବୋଲି ଧରାଯିବ। ରାନ୍ଧଣା ଶୈଳୀ ବଦଳାଇବା ସହ ଅଧିକ ଆଦୃତ କରିବାକୁ ଫୁଡ୍ ବ୍ଲଗରଙ୍କ ସହାୟତା ନିଆଯିବ। ମିଲେଟରେ ସ୍ନାକ୍ସ ବି ତିଆରି ହେଉଛି।

ସେ ଆହୁରି କହିଥିଲେ, ରାଜ୍ୟର ୧୭୭ ବ୍ଲକରେ ମାଣ୍ଡିଆ ଚାଷ ହେଉଛି। ବର୍ତ୍ତମାନ ମିଲେଟ ହବ୍ ପାଇଁ ବାତାବରଣ ସୃଷ୍ଟି ହୋଇଛି। ମାଣ୍ଡିଆ ଉତ୍ପାଦନ ଓ ବିକ୍ରିବଟା ପାଇଁ ସରକାର ଗୁରୁତ୍ଵ ଦେଉଛନ୍ତି। ମାଣ୍ଡିଆର ଚାହିଦା ବୃଦ୍ଧି ସହ ଚାଷୀ କିପରି ଆଗ୍ରହ ପ୍ରକାଶ କରିବ ସେ ନେଇ ଯୋଜନା ହେଉଛି। ଆଗକୁ ରପ୍ତାନି ବ୍ୟବସ୍ଥା ବି କରାଯିବ। ସରକାରୀ କ୍ୟାଣ୍ଟିନ, ସ୍କୁଲ ଓ ଡାକ୍ତରଖାନା କୁ ମାଣ୍ଡିଆ ଯୋଗାଇ ଦେବାକୁ ବ୍ୟବସ୍ଥା ହେବ। ବାଜରା, ଜୱାର ଓ ମାଣ୍ଡିଆ ଆଦୃତ ହୋଇଛି। ମଣ୍ଡିଆରେ ଧାନ ଠାରୁ ୧୦ଗୁଣ ଖାଦ୍ୟ ତନ୍ତୁ ରହିଛି। କ୍ଷୀର ଠାରୁ ୩ ଗୁଣା କ୍ୟାଲସିୟମ ରହିଛି। ଶ୍ରୀଅନ୍ନ ସୁପର ଫୁଡର ମାନ୍ୟତା ପାଇଛି। ଅଧିକ ମାଣ୍ଡିଆ ଚାଷ ଓ ଉତ୍ପାଦନ ପାଇଁ ସର୍ବନିମ୍ନ ସହାୟକ ମୂଲ୍ୟ ଧାର୍ଯ୍ୟ କରାଯାଇଛି।

Advertisment