ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ସେବାୟତମାନଙ୍କ କଲ୍ୟାଣ ପାଇଁ ଆଜି ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିରେ ବିଭିନ୍ନ ଭତ୍ତାର ପରିମାଣ ଓ ସ୍ୱାସ୍ଥ୍ୟ ବୀମା ରାଶିରେ ବୃଦ୍ଧି କରାଯାଇଛି।
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ଶ୍ରୀ ଜଗନ୍ନାଥ ମନ୍ଦିରର ସେବାୟତ ଓ ସେମାନଙ୍କ ପରିବାର ପାଇଁ ଉଦ୍ଦିଷ୍ଟ ସ୍ୱାସ୍ଥ୍ୟ ବୀମା ଯୋଜନାରେ ପୂର୍ବରୁ ଦିଆଯାଉଥିବା ବୀମା ରାଶି ପରିମାଣକୁ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଗୁରୁତର ରୋଗର ଚିକିତ୍ସା ପାଇଁ ଅତିରିକ୍ତ ୫ ଲକ୍ଷ ଟଙ୍କା ସହାୟତା ଦିଆଯିବ।
Also Read
ସେହିଭଳି ସେବାୟତ ପରିବାରର ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ ପ୍ରବେଶିକା ପରୀକ୍ଷା ଯଥା- NEET, JEE ଓ Civil Service Coaching ପାଇଁ ବ୍ୟବସ୍ଥା ବାବଦରେ ବର୍ଷକୁ ୫୦ ହଜାର ଟଙ୍କା ହିସାବରେ ସର୍ବାଧିକ ୩ ଥର ସହାୟତା ଯୋଗାଇ ଦିଆଯିବ।
ସେବାୟତମାନଙ୍କୁ ଦିଆଯାଉଥିବା ବିଭିନ୍ନ ବର୍ଦ୍ଧିତ ଭତ୍ତା, ସ୍ୱାସ୍ଥ୍ୟ ବୀମା ରାଶି, କୋଚିଂ ସହାୟତା ଓ ଅନ୍ୟାନ୍ୟ ସହାୟତା ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ରାଜ୍ୟ ସରକାର ୧୦.୮୫ କୋଟି ଯୋଗାଇ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଟାଙ୍ଗୀ ରେଞ୍ଜରେ ହାତୀ ଆତଙ୍କ; ଲୋକେ ଭୟଭୀତ
୩୦ ଟିକିଆ ହାତୀପଲ ଆଜି (ବୁଧବାର) ସକାଳେ ଟାଙ୍ଗୀ ବ୍ଲକ୍ ଅଚ୍ୟୁତପୁର ରାସ୍ତା ପାର ହୋଇ ନିକଟସ୍ଥ ଜଙ୍ଗଲ ଭିତରକୁ ଯାଇଛନ୍ତି। ହାତୀପଲଙ୍କ ଉପରେ ନଜର ରଖି ଅନ୍ୟ ଜଙ୍ଗଲ ଆଡ଼କୁ ଘଉଡାଇ ନେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।
![Pradhan Mantri Awas Pradhan Mantri Awas](https://assets.odishareporter.in/uploadimage/library/16_9/16_9_3/IMAGE_1734522090.jpg)
Miscellaneous
ଦୁଇ ମାସରେ ସରିବ ଆବାସ ସର୍ଭେ
ମନ୍ତ୍ରୀ ଶ୍ରୀ ନାଏକ ବିଭାଗୀୟ ଟ୍ରେନରମାନେ ଗାଁ ଗାଁରେ ଲୋକଙ୍କୁ ଡାକି ସଚେତନ କରୁଛନ୍ତି। ଯିଏ ବଞ୍ଚିତ ହୋଇଛନ୍ତି, ଗରିବ ଅଛନ୍ତି, ସେମାନଙ୍କୁ ସାମିଲ କରାଯାଉଛି। ପୂର୍ବ ସରକାରରେ ଆକ୍ରୋଶ ମୂଳକ ଭାବେ ରାଜନୈତିକ ଅଭିସନ୍ଧି ରଖି ଗରିବମାନଙ୍କୁ ଆବାସ ତାଲିକାରୁ କାଟି ଦିଆଯାଉଥିଲା।
Miscellaneous
ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଏତଲା କରିଥିବା ଆଉ ୩ ଜଣ ଓହରିଲେ
ଟାଟା ମୋଟର୍ସରେ ଚାକିରି କରାଇଦେବା ନାଁରେ ପ୍ରଦୀପ ଟଙ୍କା ନେଇଥିବା ଅଭିଯୋଗ କରି ୫ ଜଣ ଥାନାରେ ମାମଲା ଦାଏର କରିଥିଲେ। ପୂର୍ବରୁ ୨ ଜଣ ଏତଲାକାରୀ ଏହି ମାମଲାରୁ ଓହରି ଯାଇଥିଲେ।
Miscellaneous
ସିବିଆଇ ସହ ଲୁଚକାଳି ଖେଳ; ଭୁବନେଶ୍ୱରରେ ହାଜର ନ ହୋଇ ଦିଲ୍ଲୀରେ ବସିଥିଲେ ବିଷ୍ଣୁପଦ ସେଠୀ
ଯେଉଁ ସମୟରେ ବିଷ୍ଣୁପଦଙ୍କୁ ଭୁବନେଶ୍ୱର ସିବିଆଇ ଅଫିସରେ ହାଜର ପାଇଁ ସମନ ହୋଇଥିଲା ସେ ସମୟରେ ସେ ଦିଲ୍ଲୀରେ ଥିଲେ।
Miscellaneous
ସ୍ୱଚ୍ଛକର୍ମୀଙ୍କ ମନ ବି ସ୍ୱଚ୍ଛ; ଅଳିଆ ଗଦାରୁ ପାଇଥିବା ସୁନା ବ୍ରେସଲେଟ୍ ଫେରାଇଦେଲେ
ସ୍ୱଚ୍ଛକର୍ମୀଙ୍କ ମନ ବି ସ୍ୱଚ୍ଛ। ଅଭାବ ଅନଟନ ଭିତରେ ଚଳୁଥିଲେ ବି ଲୋଭ, ମାୟା ଗ୍ରାସ କରି ପାରୁନି। ଅଳିଆ ଗଦାରୁ ଲକ୍ଷାଧିକ ଟଙ୍କାର ସୁନା ପାଇଲେ ବି ତାହାକୁ ପ୍ରକୃତ ମାଲିକଙ୍କୁ ଫେରାଇ ଅନ୍ୟମାନଙ୍କ ପାଇଁ ପାଲଟିଛନ୍ତି ଉଦାହରଣ ।