Advertisment

ଶ୍ରୀମନ୍ଦିର ସେବାୟତଙ୍କ ସ୍ୱାସ୍ଥ୍ୟ ବୀମା ରାଶି ପରିମାଣ ବଢ଼ିଲା

ଗୁରୁତର ରୋଗର ଚିକିତ୍ସା ପାଇଁ ଅତିରିକ୍ତ ୫ ଲକ୍ଷ ଟଙ୍କା ସହାୟତା ଦିଆଯିବ।

Puri Temple

Puri Temple

Advertisment

ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ସେବାୟତମାନଙ୍କ କଲ୍ୟାଣ ପାଇଁ ଆଜି ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିରେ ବିଭିନ୍ନ ଭତ୍ତାର ପରିମାଣ ଓ ସ୍ୱାସ୍ଥ୍ୟ ବୀମା ରାଶିରେ ବୃଦ୍ଧି କରାଯାଇଛି। 

Advertisment

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ଶ୍ରୀ ଜଗନ୍ନାଥ ମନ୍ଦିରର ସେବାୟତ ଓ ସେମାନଙ୍କ ପରିବାର ପାଇଁ ଉଦ୍ଦିଷ୍ଟ ସ୍ୱାସ୍ଥ୍ୟ ବୀମା ଯୋଜନାରେ ପୂର୍ବରୁ ଦିଆଯାଉଥିବା ବୀମା ରାଶି ପରିମାଣକୁ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଗୁରୁତର ରୋଗର ଚିକିତ୍ସା ପାଇଁ ଅତିରିକ୍ତ ୫ ଲକ୍ଷ ଟଙ୍କା ସହାୟତା ଦିଆଯିବ।

ସେହିଭଳି ସେବାୟତ ପରିବାରର ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ ପ୍ରବେଶିକା ପରୀକ୍ଷା ଯଥା- NEET, JEE ଓ Civil Service Coaching ପାଇଁ ବ୍ୟବସ୍ଥା ବାବଦରେ ବର୍ଷକୁ ୫୦ ହଜାର ଟଙ୍କା ହିସାବରେ ସର୍ବାଧିକ ୩ ଥର ସହାୟତା ଯୋଗାଇ ଦିଆଯିବ।

Advertisment

ସେବାୟତମାନଙ୍କୁ ଦିଆଯାଉଥିବା ବିଭିନ୍ନ ବର୍ଦ୍ଧିତ ଭତ୍ତା, ସ୍ୱାସ୍ଥ୍ୟ ବୀମା ରାଶି, କୋଚିଂ ସହାୟତା ଓ ଅନ୍ୟାନ୍ୟ ସହାୟତା ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ରାଜ୍ୟ ସରକାର ୧୦.୮୫ କୋଟି ଯୋଗାଇ ଦେଇଛନ୍ତି।

Puri Shreemandir Puri Temple
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe