Advertisment

ଗାଇଡଲାଇନ୍‌ ଜାରି: ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ମିଳିବ ପରିଚୟପତ୍ର, ଲାଗୁ ହେବ ସ୍ୱତନ୍ତ୍ର ଡ୍ରେସ୍ କୋଡ୍

ପୁରୁଷ ଓ ମହିଳା ଡାକ୍ତରଙ୍କ ପାଇଁ ଡ୍ୟୁଟି ଓ ରେଷ୍ଟ ରୁମ୍ ରହିବ। ସବୁ ସରକାରୀ ମେଡିକାଲ କଲେଜରେ ଫାଣ୍ଡି ବାଧ୍ୟତାମୂଳକ।

author-image
Niharika Rout
Doctor

Doctor

ରାଜ୍ୟରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଲୋକଙ୍କ ସୁରକ୍ଷା ନେଇ ଜାରି ହେଲା ଗାଇଡଲାଇନ୍। ଡାକ୍ତର, ଛାତ୍ରଛାତ୍ରୀ ଓ ସ୍ୱାସ୍ଥ୍ୟ ସେବା ସହ ସମ୍ପୃକ୍ତ ବ୍ୟକ୍ତିଙ୍କ ପାଇଁ ଗାଇଡଲାଇନ ଜାରି ହୋଇଛି।

Advertisment

ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାବଳୀରେ ସ୍ପଷ୍ଟ କରାଯାଇଛି ଯେ, ଏଣିକି ସବୁ ମେଡିକାଲ ଶିକ୍ଷାନୁଷ୍ଠାନ ଚାରିପାଖରେ ପାଚେରି ରହିବ। ସବୁ କର୍ମଚାରୀଙ୍କ ପାଇଁ ପରିଚୟପତ୍ର ଓ ସ୍ୱତନ୍ତ୍ର ଡ୍ରେସ୍ କୋଡ୍ ରହିବ। ପୁରୁଷ ଓ ମହିଳା ଡାକ୍ତରଙ୍କ ପାଇଁ ଡ୍ୟୁଟି ଓ ରେଷ୍ଟ ରୁମ୍ ରହିବ। ସବୁ ସରକାରୀ ମେଡିକାଲ କଲେଜରେ ଫାଣ୍ଡି ବାଧ୍ୟତାମୂଳକ।

ଇନଡୋର ରୋଗୀଙ୍କ ପାଇଁ ଭିଜିଟର ପାସ୍ ବ୍ୟବସ୍ଥା କରିବାକୁ ବି ନିର୍ଦ୍ଦେଶ ଦିଆଯାଇଛି। ସେହିପରି OPDରେ ୨୪ ଘଣ୍ଟିଆ ସୁରକ୍ଷାକର୍ମୀ ମୁତୟନ ରହିବେ। ଯେତେ ସମ୍ଭବ ଉଭୟ ପୁରୁଷ ଓ ମହିଳା ସୁରକ୍ଷାକର୍ମୀ ଦାୟିତ୍ୱରେ ରହିବେ।

Advertisment

ସୁରକ୍ଷାକର୍ମୀ କ୍ୟାମ୍ପସ ଭିତରେ ପାଟ୍ରୋଲିଂ କରି ଅନଧୀକୃତ ଯାତ୍ରୀଙ୍କୁ ତଡ଼ିବେ। ଗୁରୁତ୍ୱପୂର୍ଣ୍ଣ ସ୍ଥାନ, ହଷ୍ଟେଲ ଓ ଗେଟ୍ ବାହାରେ ଲାଗିବ CCTV କ୍ୟାମେରା। ଆପଦକାଳୀନ ସୂଚନା ଦେବାକୁ ପାନିକ ବଟନ୍, ଜରୁରୀ ଫୋନ୍ ଏବଂ ଆପ୍ ରହିବ। କୌଣସି ଅଘଟଣ ସୂଚନା ହେଲେ କର୍ତ୍ତୃପକ୍ଷ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବେ।

କୋଲକାତା ଆରଜି କର ମେଡିକାଲରେ ଜଣେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ସମଗ୍ର ଦେଶରେ ନିଆଁ ଜଳିଥିଲା। ଡାକ୍ତରମାନେ ରାସ୍ତାକୁ ଓହ୍ଲାଇ ଆନ୍ଦୋଳନରେ ବସିଥିଲେ। ଫଳରେ ବହୁ ଦିନ ପର୍ଯ୍ୟନ୍ତ ସମଗ୍ର ଦେଶରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହୋଇ ପଡ଼ିଥିଲା। ଏହାପରେ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ସୁରକ୍ଷା ନେଇ ଏହି ଗାଇଡଲାଇନ୍ ଜାରି ହୋଇଛି।

Bhubaneswar