ସୁରକ୍ଷିତ ଦୀପାବଳି ପାଳନ କରିବା ପାଇଁ ଆଜି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି। ସଂଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ୧୨୫ ଡେସିବେଲ୍ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା କରାଯାଇଛି।
Also Read
ଗାଇଡ୍ଲାଇନ୍ରେ କୁହାଯାଇଛି, ପାର୍କ, ସାଇଲେନ୍ସ ଜୋନରେ ବାଣ ଫୁଟାଇବାକୁ ବାରଣ କରାଯାଇଛି। ସେହିପରି ହସ୍ପିଟାଲ୍, ଶିକ୍ଷାନୁଷ୍ଠାନ, ଧାର୍ମିକ ଅନୁଷ୍ଠାନ ଓ କୋର୍ଟଠାରୁ ୧୦୦ ମିଟର ଭିତରେ ବାଣ ଫୁଟାଇବାକୁ ମନା କରାଯାଇଛି। ଖୋଲା ସ୍ଥାନରେ କେବଳ ସବୁଜ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ବସ୍ତି ସହ ରାସ୍ତା ଓ ଜନ ଗହଳିପୂର୍ଣ୍ଣ ସ୍ଥାନରେ ବାଣ ଫୁଟାକୁ ବାରଣ କରାଯାଇଛି। ୧୦ ବର୍ଷରୁ କମ୍ ବୟସର ପିଲାଙ୍କୁ ଶବ୍ଦଯୁକ୍ତ ବାଣ ଦେବାକୁ ମନା କରାଯାଇଛି। ବେରିୟମ ଓ କେମିକାଲଯୁକ୍ତ ବାଣ ବିକ୍ରି, ବ୍ୟବହାର ମନା କରାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ହାଇକୋର୍ଟରେ ରାଜ୍ୟ ମହିଳା ଆୟୋଗ ବରଖାସ୍ତ ମାମଲା, ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ, ୧୧ରେ ପରବର୍ତ୍ତୀ ଶୁଣାଣି
ହାଇକୋର୍ଟ ବିଚାରପତି ଜଷ୍ଟିସ ସଞ୍ଜିବ କୁମାର ପାଣିଗ୍ରାହୀଙ୍କ ଖଣ୍ଡପୀଠ ଆଜି ରାଜ୍ୟ ମହିଳା ଆୟୋଗର ୩ଜଣ ବରଖାସ୍ତ ସଦସ୍ୟ ସ୍ୱର୍ଣ୍ଣଲତା ସାମଲ, ବବିତା ସ୍ୱାଇଁ ଓ ବିଜୟ ବରୁୱାଙ୍କ ଦ୍ୱାରା ଦାଏର ପୃଥକ ପୃଥକ ଆବେଦନର ଏକାଠି ଶୁଣାଣି କରିଥିଲେ ।
Miscellaneous
ନେଲେ ଶିଳ୍ପ ପାଇଁ, କଲେ ଆପାର୍ଟମେଣ୍ଟ
୫ ଏକର ଶିଳ୍ପ ଜମିକୁ ଘରବାରି କିସମରେ ପରିବର୍ତ୍ତନ କରିଦେବା ଘଟଣା। ରାଜସ୍ୱ ବିଭାଗ ନିର୍ଦ୍ଦେଶ ପରେ ବି ମାମଲା ରୁଜୁ କରୁନାହାନ୍ତି ଜିଲ୍ଲାପାଳ।
Miscellaneous
‘ରାଷ୍ଟ୍ରବାଦୀ ନେତା ଥିଲେ ଉତ୍କଳକେଶରୀ ଡକ୍ଟର ହରେକୃଷ୍ଣ ମହତାବ’
ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନ ପରିସରରେ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ମହାସମାରୋହ ପାଳିତ ହୋଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
Miscellaneous
୧୦ ଟଙ୍କାରେ ପାଇଲସ୍ ଭଲ ହୋଇଯିବ!
ବଡ଼ମ୍ବାରୁ ଆସିଥିବା ସତିଆ ମଉସା କଟକ ବାଲିଯାତ୍ରାରେ ବିକ୍ରି କରୁଛନ୍ତି ଏହି କାଠି।
Miscellaneous
ଆସନ୍ତାକାଲି ଭାଙ୍ଗାଯିବନି ବୈକୁଣ୍ଠଧାମ ଆଶ୍ରମ
ବୈକୁଣ୍ଠଧାମ ଆଶ୍ରମରେ ବାବା ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ଲୀଳାଖେଳା କରୁଥିଲେ। ପ୍ରତିଦିନ ଭକ୍ତଙ୍କୁ ଭେଟୁଥିଲେ ଓ ପ୍ରବଚନ ଦେଉଥିଲେ। ସେଥିପାଇଁ ଭକ୍ତଙ୍କ ପ୍ରବଳ ଭିଡ ଜମୁଥିଲେ।