Advertisment

ଦୀପାବଳି ପାଇଁ ଆସିଲା ଗାଇଡ୍‌ଲାଇନ୍‌, ୭ଟାରୁ ୯ଟା ଭିତରେ ଫୁଟିବ ବାଣ

ସଂଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ମିଳିଛି। ୧୨୫ ଡେସିବେଲ୍‌ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା। ପାର୍କ, ସାଇଲେନ୍ସ ଜୋନରେ ବାଣ ଫୁଟାଇବାକୁ ବାରଣ କରାଯାଇଛି।

ଅଦ୍ୟତନ ହୋଇଛି
Cracker Blast

Cracker Blast

Advertisment

ସୁରକ୍ଷିତ ଦୀପାବଳି ପାଳନ କରିବା ପାଇଁ ଆଜି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି। ସଂଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ୧୨୫ ଡେସିବେଲ୍‌ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା କରାଯାଇଛି।

Advertisment

ଗାଇଡ୍‌ଲାଇନ୍‌ରେ କୁହାଯାଇଛି, ପାର୍କ, ସାଇଲେନ୍ସ ଜୋନରେ ବାଣ ଫୁଟାଇବାକୁ ବାରଣ କରାଯାଇଛି। ସେହିପରି ହସ୍ପିଟାଲ୍, ଶିକ୍ଷାନୁଷ୍ଠାନ, ଧାର୍ମିକ ଅନୁଷ୍ଠାନ ଓ କୋର୍ଟଠାରୁ ୧୦୦ ମିଟର ଭିତରେ ବାଣ ଫୁଟାଇବାକୁ ମନା କରାଯାଇଛି। ଖୋଲା ସ୍ଥାନରେ କେବଳ ସବୁଜ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ବସ୍ତି ସହ ରାସ୍ତା ଓ ଜନ ଗହଳିପୂର୍ଣ୍ଣ ସ୍ଥାନରେ ବାଣ ଫୁଟାକୁ ବାରଣ କରାଯାଇଛି। ୧୦ ବର୍ଷରୁ କମ୍‌ ବୟସର ପିଲାଙ୍କୁ ଶବ୍ଦଯୁକ୍ତ ବାଣ ଦେବାକୁ ମନା କରାଯାଇଛି। ବେରିୟମ ଓ କେମିକାଲଯୁକ୍ତ ବାଣ ବିକ୍ରି, ବ୍ୟବହାର ମନା କରାଯାଇଛି।

Bhubaneswar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe