ଅଧା ଭୁବନେଶ୍ୱରରେ ୨୪ ଘଣ୍ଟା ପାଇଁ ବନ୍ଦ ରହିବ ଜଳ ଯୋଗାଣ। ଆଜି ଦିନ ୨ଟାରୁ ଆସନ୍ତାକାଲି ଦିନ ୨ଟା ଯାଏଁ ଜଳ ଯୋଗାଣ ବନ୍ଦ ରହିବ। ପାଇପ୍ ମରାମତି ଯୋଗୁଁ ମୁଣ୍ଡଳିରୁ ଜଳ ଯୋଗାଣ ବନ୍ଦ ରଖାଯିବ ବୋଲି କହି ସୂଚନା ଦେଇଛି ୱାଟକୋ।
ପାତ୍ରପଡ଼ା, କଳିଙ୍ଗ ନଗର, ଭରତପୁର, ଘାଟିକିଆ, ଖଣ୍ଡଗିରି ବିହାର, ସିଆରପିଏଫ୍ ଅଞ୍ଚଳଠୁ ଆରମ୍ଭ କରି ଯଦୁପୁର, ଡୁମୁଡୁମା, ନୟାପଲ୍ଲୀ, IRC ଭିଲେଜ୍ ପର୍ଯ୍ୟନ୍ତ ଜଳଯୋଗାଣ ବନ୍ଦ ରହିବ। ସେହିପରି ଚନ୍ଦ୍ରଶେଖରପୁର, ନୀଳାଦ୍ରିବିହାର, ସାଲିଆ ସାହି, ମୈତ୍ରୀ ବିହାର ଭଳି ଅଞ୍ଚଳରେ ପାଣି ଯୋଗାଣ ବନ୍ଦ ରହିଛି।
Also Read
୨୪ ଘଣ୍ଟା ଧରି ପାଣି ଯୋଗାଣ ବନ୍ଦ ରହିବା ସମୟରେ ଆବଶ୍ୟକ ବିକଳ୍ପ ବ୍ୟବସ୍ଥା କରିବାକୁ କହିଛି ୱଟକୋ। ଏହି ସମୟ ମଧ୍ୟରେ ଉପଯୁକ୍ତ ପାଣି ସଞ୍ଚୟ କରି ରଖିବାକୁ ରାଜଧାନୀବାସୀଙ୍କୁ କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।
Miscellaneous
ଗଞ୍ଜାମରୁ ବ୍ରହ୍ମଗିରି ଯାଉଥିଲା ୪ କ୍ୱିଣ୍ଟାଲ ଗଞ୍ଜେଇ, ମାଡ଼ି ବସିଲା ଅବକାରୀ ବିଭାଗ
ଏତେ ପରିମାଣର ଗଞ୍ଜେଇ ଗଞ୍ଜାମର ଶେରଗଡ଼ ଅଞ୍ଚଳରୁ ନିରାକାରପୁର ଦେଇ ବ୍ରହ୍ମଗିରି ଯାଉଥିଲା। କିନ୍ତୁ ନରାକରପୁର ଠାରେ ଏହାକୁ ଜବତ କରାଯାଇଛି।
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।