ବୌଦ୍ଧ ଜିଲ୍ଲାର ୪ଟି ସ୍ଥାନରେ ଜିଏସଟି ବିଭାଗର ଚଢାଉ। ଜିଏସଟି ଫାଙ୍କିବା ଅଭିଯୋଗରେ ଗୋପାଳ ଓ ବାଲାଜି ହାର୍ଡଓ୍ବେୟାର ଷ୍ଟୋରେ ଚଢ଼ାଉ। ସମ୍ବଲପୁର ଜିଏସଟି ବିଭାଗର ୧୨ ଜଣିଆ ଟିମ ଏହି ଚଢ଼ାଉ କରିଛି।
Also Read
ବୌଦ୍ଧ ସହରର ବ୍ୟବସାୟୀ ଗଜାନନ ଅଗ୍ରୱାଲଙ୍କ ଗୋପାଳ ଓ ବାଲାଜି ନାମରେ ଦୁଇଟି ହାର୍ଡଓ୍ବେୟାର ଷ୍ଟୋର ରହିଛି। ସେ ଦୀର୍ଘ ଦିନରୁ ଜିଏସଟି ଫାଙ୍କି ବ୍ୟବସାୟ କରୁଥିବା ଅଭିଯୋଗ ହୋଇଥିଲା। ଏହି ଅଭିଯୋଗ ଅଧାରରେ ଆଜି ସକାଳେ ସମ୍ବଲପୁର ଜିଏସଟି ବିଭାଗ ଗଜାନନ ଅଗ୍ରୱାଲଙ୍କ ଦୁଇଟି ବ୍ୟବସାୟକ ପ୍ରତିଷ୍ଠାନ ଗମ୍ଭାରୀପଦର ସ୍ଥିତ ପେଟ୍ରୋଲ ପମ୍ପ ଓ ଗୋଦାମ ଘରେ ଚଢାଉ କରିଛି। ଏବେ ଜିଏସଟି ବିଭାଗର ଚଢାଉ ଜାରି ରହିଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ସରିଲା ଐତିହାସିକ କଟକ ବାଲିଯାତ୍ରା, ୯ ଦିନରେ ୨୫୦ କୋଟି ଟଙ୍କା ବେପାର
ଐତିହାସିକ କଟକ ବାଲିଯାତ୍ରା ସରିବା ପରେ ୯ ଦିନର କୋଳାହଳ ଏବେ ଶାନ୍ତ ପଡ଼ିଛି। ୯ ଦିନରେ ୨୫୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର କାରବାର ହୋଇଥିବାବେଳେ ସେଥିରୁ କେବଳ ଓରମାସ ୪୦ କୋଟି ଟଙ୍କାର ବ୍ୟବସାୟ କରିଥିବା ଜଣାପଡ଼ିଛି।
Miscellaneous
ରତ୍ନଭଣ୍ଡାରରେ ନାହିଁ ଗୁପ୍ତ କୋଠରୀ କି ସୁଡ଼ଙ୍ଗ, ମରାମତି ବାଟ ଫିଟିଲା
ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ଗୁପ୍ତ କୋଠରୀ କି ରହସ୍ୟପୂର୍ଣ୍ଣ ସୁଡ଼ଙ୍ଗ। ଜିପିଆରଏସ୍ ସର୍ଭେ ରିପୋର୍ଟରୁ ହେଲା ସ୍ପଷ୍ଟ। ଦିନେ ଦୁଇ ଦିନରେ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।
Miscellaneous
ଆସୁଛନ୍ତି ରାଷ୍ଟ୍ରପତି; ପୁରୀରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଜିପି
ସୁରକ୍ଷା ଦାୟିତ୍ୱରେ ୮୦ ପ୍ଲାଟୁନ ପୁଲିସ୍ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି କହିଲେ ଡିଜିପି ୱାଇ.ବି ଖୁରାନିଆ।
Miscellaneous
ସୋମବାର ମହାପ୍ରଭୁଙ୍କ ପଇତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ମାର୍ଗଶୀର କୃଷ୍ଣ ପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୁଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।
Miscellaneous
ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଗଲା 'ସୁଭଦ୍ରା' ଟଙ୍କା। ସୁନ୍ଦରଗଡ଼ରେ ଟଙ୍କା ରିଲିଜ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।