Advertisment

୫ ଦିନ ଧରି ପ୍ରବଳ ବର୍ଷିବ!

ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି

ଅଦ୍ୟତନ ହୋଇଛି
Rain

Rain

Advertisment

ଆଗାମୀ ୫ ଦିନ ଧରି ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡ଼ା କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

Advertisment

ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଶନିବାର ଅର୍ଥାତ ୧୫ ତାରିଖରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼,ସମ୍ୱଲପୁର, ଝାରସୁଗୁଡ଼ା,ବରଗଡ଼, ବଲାଙ୍ଗିର, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରବିବାର ଅର୍ଥାତ ୧୬ ତାରିଖରେ ବରଗଡ଼, ଦେବଗଡ଼, ସମ୍ୱଲପୁର, ସୁନ୍ଦରଗଡ଼, ବୌଦ୍ଧ, ଢେଙ୍କାନାଳ, ଯାଜପୁର, କଟକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ସୋମବାର ଅର୍ଥାତ ୧୭ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଅନୁଗୋଳ, ବରଗଡ଼, ସମ୍ୱଲପୁର, ଦେବଗଡ଼,ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ମଙ୍ଗଳବାର ଅର୍ଥାତ ୧୮ ତାରିଖରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବରଗଡ଼, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ବୁଧବାର ଅର୍ଥାତ ୧୯ ତାରିଖରେ ବରଗଡ଼, ସମ୍ୱଲପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୧ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Heavy Rain Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe