ଆଜି ହୀରାକୁଦ ଡ୍ୟାମ୍ର ୨୦ଟି ଗେଟ୍ ଖୋଲାଯିବ ଓ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯିବ। ସକାଳ ୯ଟାରେ ଅର୍ଥାତ ଆଉ କିଛି ସମୟ ପରେ ହୀରାକୁଦ ଡ୍ୟାମରୁ ବନ୍ୟାଜଳ ନିଷ୍କାସନ ଆରମ୍ଭ ହେବ।
ଉପରମୁଣ୍ଡରେ ପ୍ରବଳ ବର୍ଷା ପରେ ହୀରାକୁଦ ଜଳଭଣ୍ଡାର ଆଜି ଏତେ ସଂଖ୍ୟକ ଗେଟ୍ ଖୋଲାଯିବାକୁ ନିଷ୍ପତ୍ତି ହୋଇଛି। ସବୁ ବର୍ଷ ଭଳି ଏବର୍ଷ ମଧ୍ୟ ପରମ୍ପରା ଅନୁଯାୟୀ ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ସ୍ଲୁଇସ୍ ଗେଟ୍ ଖୋଲାଯିବ।
Also Read
ସକାଳ ୯ଟାରେ ୭ଟି ଗେଟ୍ ଖୋଲାଯିବ। ଦିନ ୧୨ଟା ପରେ ଆଉ ୭ଟି ଗେଟ୍ ଖୋଲିବ। ତା’ପରେ ଅପରାହ୍ନ ୨ଟା ପରେ ୬ଟି ଗେଟ୍ ଖୋଲାଯିବ।
ଆଜି ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୬.୯୩ ଫୁଟ୍ ରହିଛି। ଏବେ ପ୍ରତି ସେକେଣ୍ଡରେ ୩ ଲକ୍ଷ ୧୬ ହଜାର ୬୦୦
ଘନଫୁଟ୍ ଜଳ ହୀରାକୁଦ ଜଳଭଣ୍ଡାରକୁ ପ୍ରବେଶ କରୁଥିବା ବେଳେ ୪୦ ହଜାର ୧୨୬ ଘନଫୁଟ୍ ଜଳ ପ୍ରତି ସେକେଣ୍ଡରେ ନିଷ୍କାସନ ହେଉଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।