Advertisment

ସୀମାରେ ଅଟକିଛି ଶହ ଶହ ଆଳୁ ବୋଝେଇ ଟ୍ରକ୍; ଛାଡ଼ୁନି ପଶ୍ଚିମବଙ୍ଗ ସରକାର

ବୁଧବାର ରାତିରୁ ଲକ୍ଷ୍ମଣନାଥ ଟୋଲ ଗେଟ୍‌ରୁ ୨୫ କିମି ଦୂରରେ ତଥା ବେଲଦାରେ ଶତାଧିକ ଆଳୁ ଟ୍ରକ୍ ଅଟକି ରହିଛି।

ଅଦ୍ୟତନ ହୋଇଛି
Potato Truck

Potato Truck

Advertisment

ଓଡ଼ିଶାକୁ ଆଳୁ ପଠାଇବା ଉପରେ ପୁଣି କଟକଣା ଲାଗୁ କଲେ କି ମମତା ସରକାର ? ଓଡ଼ିଶା-ପଶ୍ଚିମବଙ୍ଗ ସୀମାରେ ଅଟକିଛି ଶହଶହ ଆଳୁ ବୋଝେଇ ଟ୍ରକ୍। ବୁଧବାର ରାତିରୁ ଲକ୍ଷ୍ମଣନାଥ ଟୋଲ ଗେଟ୍‌ରୁ ୨୫ କିମି ଦୂରରେ ତଥା ବେଲଦାରେ ଶତାଧିକ ଆଳୁ ଟ୍ରକ୍ ଅଟକି ରହିଛି। ଆଳୁ ଗାଡ଼ିକୁ ଜଗି ରହିଛନ୍ତି ପଶ୍ଚିମବଙ୍ଗ ପୁଲିସ। ରାତିରୁ କାହିଁକି ଆଳୁ ଗାଡ଼ି ଅଟକି ରହିଛି ପ୍ରକୃତ କାରଣ ଜଣାପଡ଼ି ନାହିଁ।

Advertisment

ଗତକାଲି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ନବାନ୍ନାରେ ଗୁରୁତ୍ୱ ପୂର୍ଣ୍ଣ ବୈଠକ ଡାକି ଆଳୁ ଏବଂ ପିଆଜର ମୂଲ୍ୟ ବୃଦ୍ଧି ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚେତାବନୀ ଦେଇଥିଲେ। ଏହାପରେ ବଙ୍ଗ ପ୍ରଶାସନ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଥିବା କୁହାଯାଉଛି।

ଆଳୁ ଦର ହ୍ରାସ ପାଇଁ ପଶ୍ଚିମବଙ୍ଗ ସରକାର ଏହି ପଦକ୍ଷେପ ନେଇଥିବା କୁହାଯାଉଛି। ପଶ୍ଚିମ ମେଦିନୀପୁର ଜିଲ୍ଲା ପୁଲିସ ନାକାରେ ଆଳୁ ଗାଡ଼ି ଅଟକ ରଖା ଯାଇଛି ଏବଂ ପ୍ରଶାସନ ଅନ୍ୟ ରାଜ୍ୟକୁ ମଧ୍ୟ ଆଳୁ ରପ୍ତାନି ବନ୍ଦ କରିଦେଇଥିବା ଜଣାଯାଇଛି।  ବେଲଦା, ଦାତନ, ସୋନାକୋଣିଆ ନାକାରେ ବି ଆଳୁ ଟ୍ରକ୍ ଅଟକାଯାଇଥିବା ସୂଚନା ରହିଛି।

Advertisment

ପଶ୍ଚିମବଙ୍ଗ ସୀମାରେ ଆଳୁ ଗାଡ଼ି ଅଟକିବା ପ୍ରସଙ୍ଗରେ ବ୍ୟବସାୟୀ ମହାସଂଘ ସାଧାରଣ ସମ୍ପାଦକ ସୁଧାକର ପଣ୍ଡା କହିଛନ୍ତି, ‘ ହଠାତ୍ ଗତକାଲିଠୁ  ପଶ୍ଚିମବଙ୍ଗ ସରକାର ଏକ ମୌଖିକ ନିର୍ଦ୍ଦେଶ ଜାରି କରିଛନ୍ତି। ସବୁ ସୀମାରେ ଆଳୁ ଗାଡ଼ି ଅଟକା ଯାଇଛି, ଛଡ଼ା ଯାଉନାହିଁ। ସରକାର ତୁରନ୍ତ  ଶୀଘ୍ର ବିଚାରକୁ ନେଇ କିପରି ଏହାର ସମାଧାନ ହେବ ତାହାର ବାଟ ବାହାର କରନ୍ତୁ। ସୀମାରେ ଅଟକି ରହିଥିବା ଗାଡ଼ି କିପରି ଓଡ଼ିଶା ଭିତରକୁ ଆସିବ ସେନେଇ ବ୍ୟବସ୍ଥା କରନ୍ତୁ।

Jaleswar Potato Truck
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe