ଅବସରପ୍ରାପ୍ତ ଆଇଏଏସ୍ ସତ୍ୟଜିତ୍ ମହାନ୍ତି ଆଜି ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଅଧ୍ୟକ୍ଷ ପଦବୀରୁ ଅବସର ନେଇଛନ୍ତି । ଆଉ ଓପିଏସସି ସଦସ୍ୟ ସନତ କୁମାର ମହାନ୍ତିଙ୍କୁ ଆୟୋଗର ଇନଚାର୍ଜ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନ୍ୟସ୍ତ ହୋଇଛି ।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଓପିଏସସି ସଦସ୍ୟ ସନତ କୁମାର ମହାନ୍ତି ଆସନ୍ତାକାଲି ଅର୍ଥାତ ଅଗଷ୍ଟ ୩ତାରିଖରୁ ପରବର୍ତ୍ତୀ ଅଧ୍ୟକ୍ଷ ନିଯୁକ୍ତି ପର୍ଯ୍ୟନ୍ତ ଓପିଏସସି ଅଧ୍ୟକ୍ଷ ଦାୟିତ୍ୱରେ ରହିବେ । ଏବେ ଆୟୋଗରେ ସନତ ମହାନ୍ତିଙ୍କ ସମେତ ଅନ୍ୟ ୪ଜଣ ସଦସ୍ୟ - ଡଃ ସରିତା ସୁପକାର, ଶ୍ୟାମଭକ୍ତ ମିଶ୍ର, ପ୍ରଫେସର ଚୌଧୁରୀ ସୂର୍ଯ୍ୟକାନ୍ତ ମିଶ୍ର ଓ ଗୌରାଙ୍ଗ ଚରଣ ସାହୁ କାର୍ଯ୍ୟ କରୁଛନ୍ତି ।
ଆଜି ଅଧ୍ୟକ୍ଷ ପଦରୁ ଅବସର ନେଇଥିବା ଅବସରପ୍ରାପ୍ତ ଆଇପିଏସ୍ ସତ୍ୟଜିତ୍ ମହାନ୍ତି ୨୦୨୧ ମାର୍ଚ୍ଚ ୧ ତାରିଖରେ ଆୟୋଗର ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିଥିଲେ ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Miscellaneous
ବିଜେଡି ସାଂସଦଙ୍କ ପତ୍ନୀଙ୍କ କରାମତି: ରାତାରାତି ସଂସ୍ଥା ଗଢ଼ି ନେଇ ଯାଇଛନ୍ତି ସରକାରୀ ସମ୍ପତ୍ତି, ଜଳଜଳ ଦିଶୁଛି ଜାଲିଆତି
ନିଜର ଗଡ଼ଫାଦର ତଥା ‘ଧରମ ଶ୍ୱଶୁର’ଙ୍କ ପତିଆରା ଏବଂ ବିଜେଡିର ଅଘୋଷିତ ସର୍ବେସର୍ବାଙ୍କ ଛତ୍ରଛାୟାରେ ରହି ସମସ୍ତଙ୍କ ଆଖିରେ ଆଙ୍ଗୁଳି ଗେଞ୍ଜି ଶାଗମାଛ ଦରରେ ମାନସଙ୍କ ପତ୍ନୀ ଗାୟତ୍ରୀବାଳା ପଣ୍ଡା ୩୦ବର୍ଷିଆ ଲିଜରେ ରାଜ୍ୟ ସରକାରଙ୍କ ଏଭଳି ଏକ ସମ୍ପତ୍ତିକୁ ହାତେଇଛନ୍ତି ।

Miscellaneous
ନବ ଦାସ ହତ୍ୟା ମାମଲାରେ ନୂଆ ମୋଡ଼, ତଦନ୍ତ କରିବ କି ସିବିଆଇ?
ନବଙ୍କ ପରିବାର ସଦସ୍ୟ ସିବିଆଇ ତଦନ୍ତ ପାଇଁ ଲିଖିତ ଭାବେ ମୁଖ୍ୟମନ୍ତ୍ରୀଙ୍କୁ ଦେଇଛୁ ବୋଲି ଦାବି କରିଛନ୍ତି। ମାତ୍ର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନାରେ ସିବିଆଇ ତଦନ୍ତ ସମ୍ପର୍କରେ ଉଲ୍ଲେଖ ନଥିବାରୁ କିଏ ସତ କହୁଛି ତାକୁ ନେଇ ମଧ୍ୟ ପ୍ରଶ୍ନ ଉଠିଛି ।

Miscellaneous
କିଟ୍ ବିବାଦ: ଗୃହରେ ଉଦବେଗ, ଉଚ୍ଚଶିକ୍ଷା ମନ୍ତ୍ରୀ ନିରବ: ଅଚ୍ୟୁତଙ୍କ ନାଁରେ ଜମି ହଡ଼ପ ମାମଲା ରୁଜୁ
କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ବିରୁଦ୍ଧରେ ଇନଫୋସିଟି ଥାନାରେ ଜମି ହଡ଼ପ ମାମଲା ରୁଜୁ ହୋଇଛି । ଆଉ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ସରକାରଙ୍କ କୋହଳ ଆଭିମୁଖ୍ୟ ଯୋଗୁ ମୁଖ୍ୟ ଅଭିଯୁକ୍ତ ଅଦ୍ୱିକ୍ ଶ୍ରୀବାସ୍ତବ ଜାମିନ ପାଇବାର ସମ୍ଭାବନା ଥିବା ଜଣାପଡ଼ିଛି ।

Miscellaneous
ଏଆଇ ଆପ୍ ଲଢ଼େଇ: ଅଜବ ଉତ୍ତର ଦେଇ ବିବାଦରେ Grok!
ମାତ୍ର ମାସେ ତଳେ ଆସିଥିବା ଏଲନ ମସ୍କଙ୍କ ଏଆଇ-ଗ୍ରକ୍-3 ତାଙ୍କ କମ୍ପାନୀ X ବା ଟ୍ୱିଟରରେ ଚାଲିଥିବା କଥାବାର୍ତ୍ତା ଓ ଆଲୋଚନାରୁ ବି ତଥ୍ୟ ନେଇ ଅନେକ ପ୍ରସଙ୍ଗରେ ମଜାଳିଆ ଢଙ୍ଗରେ ଉତ୍ତର ଦେଉଛି।

Miscellaneous
ଓଡ଼ିଶାରେ ବଢ଼ିଚାଲିଛି ଏଚଆଇଭି ସଂକ୍ରମିତ: ଚିହ୍ନଟ ହେଲେଣି ୬୩୭୪୨ଜଣ
ସଂକ୍ରମିତ ରୋଗୀଙ୍କ ଚିକିତ୍ସା ଓ ସଂକ୍ରମଣ ହାରକୁ ପ୍ରଶମିତ କରିବା ପାଇଁ ରାଜ୍ୟରେ ମୋଟ ୨୦ଟି ଏଆରଟି କେନ୍ଦ୍ର, ୧୭ଟି ଲିଙ୍କ୍ ଏଆରଟି ଓ ୧୨ଟି ଗୋଷ୍ଠୀ ସେବା କେନ୍ଦ୍ର କାର୍ଯ୍ୟ କରୁଛି।