ନର୍ଥ ଇଷ୍ଟ ସହ ଆକାଶ ମାର୍ଗରେ ଯୋଡ଼ିହେବ ଓଡ଼ିଶା । କମିବ ଉତ୍ତର ପୂର୍ବାଞ୍ଚଳ ରାଜ୍ୟକୁ ଯାତାୟାତ ସମୟ। ୨୧ତମ ସ୍ଥାନ ଭାବେ ଭୁବନେଶ୍ଵରରୁ ଆସାମର ଗୌହାଟୀକୁ ଉଡ଼ିବ ବିମାନ । ଅକ୍ଟୋବର ୨୯ରୁ ପ୍ରତିଦିନ ଭୁବନେଶ୍ଵର-ଗୌହାଟୀ ମଧ୍ୟରେ ବିମାନ ଚଳାଚଳ କରାଇବ ଇଣ୍ଡିଗୋ ଏୟାରଲାଇନ୍ସ ।
ଭୁବନେଶ୍ଵରରୁ ଗୌହାଟୀ ମାତ୍ର ଦେଢ଼ ଘଣ୍ଟା ଲାଗିବ । ପ୍ରତିଦିନ ବିମାନଟି ଅପରାହ୍ନ ୧ଟା ୨୫ରୁ ଭୁବନେଶ୍ଵର ଛାଡ଼ିବ ଓ ୨ଟା ୫୫ରେ ଗୌହାଟିରେ ପହଞ୍ଚିବ । ସେହିପରି ଏହା ଗୌହାଟୀରୁ ଅପରାହ୍ନ ୩ଟା ୫୦ରେ ବାହାରି ୫ଟା ୨୦ରେ ଭୁବନେଶ୍ୱରରେ ପହଞ୍ଚିବ ।
Also Read
ଆଗାମୀ ଦିନରେ ଭୁବନେଶ୍ଵର ବିମାନ ବନ୍ଦରରୁ ଜମ୍ମୁ, ଚଣ୍ଡିଗଡ ଓ ସୁରଟକୁ ବିମାନ ଚଳାଚଳ ପାଇଁ ଯୋଜନା ରହିଥିବା ସୂଚନା ଦେଇଛନ୍ତି ଭୁବନେଶ୍ଵର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ ।
ରିପୋର୍ଟ- ଭୁବନେଶ୍ୱରରୁ କପିଳେନ୍ଦ୍ର ପ୍ରଧାନ
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।