Advertisment

ଭରତପୁର ଥାନା ପ୍ରସଙ୍ଗ: ମାର୍ଚ୍ଚ ୩୧ ସୁଦ୍ଧା ସମସ୍ତ ଥାନା ଓ ଫାଣ୍ଡିରେ ସିସିଟିଭି ଲଗାଇବା କାମ ସାରିବାକୁ ନିର୍ଦ୍ଦେଶ

ଭରତପୁର ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ନେଇ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇ ଏପରି ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ। ସେଣ୍ଟ୍ରାଲ ମନିଟରିଂ ସିଷ୍ଟମରେ ସମସ୍ତ ସିସିଟିଭିକୁ ନିୟନ୍ତ୍ରଣ କରିବା ପ୍ରକ୍ରିୟା ମଧ୍ୟ ସେହି ତାରିଖ ସୁଦ୍ଧା ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି।

ଅଦ୍ୟତନ ହୋଇଛି
undefined

High Court

Advertisment

ଆସନ୍ତା ମାର୍ଚ୍ଚ ୩୧ ତାରିଖ ଶୁଦ୍ଧା ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ସିସିଟିଭି ଲଗାଇବା କାମ ଶେଷ କର। ଏପରି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଭରତପୁର ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ନେଇ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇ ଏପରି ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ। ସେଣ୍ଟ୍ରାଲ ମନିଟରିଂ ସିଷ୍ଟମରେ ସମସ୍ତ ସିସିଟିଭିକୁ ନିୟନ୍ତ୍ରଣ କରିବା ପ୍ରକ୍ରିୟା ମଧ୍ୟ ସେହି ତାରିଖ ସୁଦ୍ଧା ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି।

Advertisment

ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ ସେନେଇ ରାଜ୍ୟ ସରକାର ଜାରି କରିଥିବା SOPକୁ କଡାକଡି ପାଳନ କରିବାକୁ ମଧ୍ୟ ହାଇକୋର୍ଟ କହିଛନ୍ତି। ସମସ୍ତ ପୁଲିସ କର୍ମଚାରୀଙ୍କୁ SOP ବାବଦରେ ଜଣାଇବା ପାଇଁ ରାଜ୍ୟର ସମସ୍ତ ଥାନା ଏବଂ ଫାଣ୍ଡିରେ ଓଡ଼ିଆ ଭାଷାରେ SOPକୁ ବ୍ୟାପକ ଭାବେ ପ୍ରଚାର କରିବାକୁ ହାଇକୋର୍ଟ ରାୟରେ ସ୍ପଷ୍ଟ କରିଛନ୍ତି।

ପୁଲିସ ADG ଦୟାଲ ଗଙ୍ଗୱାର ଦାଖଲ କରିଥିବା ସତ୍ୟପାଠକୁ ସରକାର ଓ ପୁଲିସ ମୁଖ୍ୟାଳୟ କଡାକଡି ଭାବେ ପାଳନ କରିବେ ବୋଲି ଆଶା ବ୍ୟକ୍ତ କରି ନିଜ ଆଡୁ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ।

Advertisment

ଗତ ସେପ୍ଟେମ୍ବର ୧୫ ତାରିଖ ରାତିରେ ଭାରତୀୟ ସେନାର ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଭରତ ଥାନାରେ ପୁଲିସ ମାଡ଼ ମାରିବା ସହ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ଆଇଆଇସି ସମେତ ୫ ଜଣଙ୍କୁ ନିଲମ୍ବିତ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମାମଲାରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିବା ବେଳେ କ୍ରାଇମବ୍ରାଞ୍ଚ ଏହି ଘଟଣାର ତଦନ୍ତ କରୁଛି।

ଏହି ମାମଲା ସମଗ୍ର ଦେଶରେ ହଇଚଇ ସୃଷ୍ଟି କରିଥିଲା। ସେତେବେଳେ ସିସିଟିଭି ଥାନାରେ ନ ଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ କୁହାଯାଇଥିଲା। ଭରତପୁର ଆଦର୍ଶ ଥାନା ହୋଇଥିବା ବେଳେ କିପରି ସେଠାରେ ସିସିଟିଭି ଲାଗି ନାହିଁ ,ତାକୁ ନେଇ ଚର୍ଚ୍ଚା ଜୋର ଧରିଥିଲା।

ହାଇକୋର୍ଟ ଭରତପୁର ମାମଲାର ଶୁଣାଣି କରିବା ସମୟରେ ରାଜ୍ୟର କେଉଁ ଥାନାରେ ସିସିଟିଭି ଲାଗିଛି ଓ କେଉଁ ଥାନାରେ ସିସିଟିଭି ଲାଗିନାହିଁ ସମସ୍ତ ସ୍ଥିତି ଜଣାଇବାକୁ ଏଡିଜି ଆଧୁନିକୀକରଣଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ।  

Odisha Highcourt Bharatpur Police Station
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe