Advertisment

ଜଷ୍ଟିସ ଅରିନ୍ଦମ ସିହ୍ନା ରାଜ୍ୟ ଆଇନସେବା ପ୍ରାଧିକରଣ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ

ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ରାଜ୍ୟ ଆଇନସେବା ପ୍ରାଧିକରଣର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିଲେ । କିନ୍ତୁ ସେ ଜୁଲାଇ ୩ତାରିଖରେ ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି ହେବାପରେ ଏହି ପଦବୀ ଖାଲି ପଡ଼ିଥିଲା ।

Justice Arindam Sinha

Justice Arindam Sinha

Advertisment

ରାଜ୍ୟ ଆଇନ ସେବା ପ୍ରାଧିକରଣର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଭାବେ ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କୁ ନିଯୁକ୍ତି ମିଳିଛି ।  ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ସହ ବିଚାରବିମର୍ଶ ପରେ ରାଜ୍ୟପାଳ ରଘୁବର ଦାସ ରାଜ୍ୟ ଆଇନସେବା ପ୍ରାଧିକରଣର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଭାବେ ଜଷ୍ଟିସ ସିହ୍ନାଙ୍କୁ ମନୋନୀତ କରିଛନ୍ତି । ଏନେଇ ରାଜ୍ୟ ଆଇନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।

Advertisment

ଉଲ୍ଲେଖଯୋଗ୍ୟ, ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ରାଜ୍ୟ ଆଇନସେବା ପ୍ରାଧିକରଣର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିଲେ । କିନ୍ତୁ ସେ ଜୁଲାଇ ୩ତାରିଖରେ ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି ହେବାପରେ ଏହି ପଦବୀ ଖାଲି ପଡ଼ିଥିଲା ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe