Advertisment

ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ପୂର୍ବରୁ ପାଟନା ହାଇକୋର୍ଟରେ ବିଚାରପତି ଥିଲେ।

author-image
Tapaswini Nayak
ଅଦ୍ୟତନ ହୋଇଛି
Orissa High Court

Orissa High Court

ଓଡ଼ିଶା ହାଇକୋର୍ଟ ର ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ମୁଖ୍ୟ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ। ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ପୂର୍ବରୁ ପାଟନା ହାଇକୋର୍ଟରେ ବିଚାରପତି ଥିଲେ।

Advertisment

୧୯୬୩ ଜାନୁୟାରୀ ୨୦ ତାରିଖରେ ଜନ୍ମିତ ଜଷ୍ଟିସ ଶରଣ ସିଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିବା ପରେ, ୧୯୯୦ ଜାନୁୟାରୀରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ। ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ୨୨ବର୍ଷ ଧରି କାର୍ଯ୍ୟ କରିଛନ୍ତି। ୨୦୧୨ ଏପ୍ରିଲ ୫ ତାରିଖରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। 

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଚକ୍ରଧାରୀ ଶରନ ସିଂଙ୍କୁ ନିଯୁକ୍ତି ଦେବା ନିମନ୍ତେ ସୁପ୍ରିମକୋର୍ଟ କଲେଜିୟମ ସୁପାରିଶ କରିଥିଲେ। ଜଷ୍ଟିସ ଶୁଭାଶୀଷ ତାଳପତ୍ରଙ୍କ ଅବସର ପରେ ଅକ୍ଟୋବର ୩ରୁ ଓଡ଼ିଶା ମୁଖ୍ୟ ବିଚାରପତି ପଦ ଖାଲି ପଡ଼ିଥିଲା।

Advertisment
Odisha Highcourt