Subhasis Talapatra
ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଯୁକ୍ତି ଦେଇଛନ୍ତି । ଆସନ୍ତାମାସ ୭ତାରିଖରେ ବର୍ତ୍ତମାନର ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍ ମୁରଲୀଧର ଅବସର ନେଉଥିବାରୁ ତାଙ୍କ ସ୍ଥାନରେ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ସମ୍ଭାଳିବେ ।
ସୂଚନା ଅନୁସାରେ, ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଆଜି ଓଡ଼ିଶା ସମେତ କେରଳ,ତେଲେଙ୍ଗାନା ଓ ଗୁଜୁରାଟ ହାଇକୋର୍ଟରେ ନୂଆ ମୁଖ୍ୟ ବିଚାରପତିଙ୍କ ନିଯୁକ୍ତି ସଂକ୍ରାନ୍ତ ବିଜ୍ଞପ୍ତି ଜାରି କରିଛି । ଏନେଇ କେନ୍ଦ୍ର ଆଇନ ଓ ନ୍ୟାୟ ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ସୁପ୍ରିମକୋର୍ଟ କଲେଜିୟମ ପୂର୍ବରୁ ଜୁଲାଇ ୫ତାରିଖରେ ଜଷ୍ଟିସ ତାଳପତ୍ରଙ୍କ ନାଁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦବୀ ନିମନ୍ତେ ସୁପାରିଶ କରିଥିଲେ । ଜଷ୍ଟିସ ତାଳପତ୍ର ୨୦୧୧ ନଭେମ୍ବର ୧୫ତାରିଖରେ ଗୌହାଟୀ ହାଇକୋର୍ଟର ବିଚାରପତି ଭାବେ ପଦୋନ୍ନତି ପାଇଥିଲେ । ୨୦୧୩ରେ ତ୍ରିପୁରାରେ ସ୍ୱତନ୍ତ୍ର ହାଇକୋର୍ଟ ସ୍ଥାପନ ହେବା ପରେ ସେ ନିଜ ଗୃହ ରାଜ୍ୟ ତ୍ରିପୁରା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରିଥିଲେ । ଜଷ୍ଟିସ ତାଳପତ୍ରଙ୍କ ବଦଳି ପରେ ସେ ୨୦୨୨ ଜୁନ୍ ୧୦ତାରିଖରୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରୁଛନ୍ତି ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1689786119.jpg)