Advertisment

ଜଳବନ୍ଦୀ ସୂର୍ଯ୍ୟ ମନ୍ଦିର; ଜମିଛି ଆଣ୍ଠୁଏ ଉଚ୍ଚର ପାଣି

ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଜି ପ୍ରବଳ ବର୍ଷା ଲାଗି ରହିଛି। ରାଜ୍ୟର ବିଭିନ୍ନ ଜିଲ୍ଲା ସମେତ କଟକ, ଭୁବନେଶ୍ୱର, ପୁରୀରେ ବି ଲାଗି ରହିଛି ବର୍ଷା।

WATERLOG

WATERLOG

Advertisment

ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଜି ପ୍ରବଳ ବର୍ଷା ଲାଗି ରହିଛି। ରାଜ୍ୟର ବିଭିନ୍ନ ଜିଲ୍ଲା ସମେତ କଟକ, ଭୁବନେଶ୍ୱର, ପୁରୀରେ ବି ଲାଗି ରହିଛି ବର୍ଷା। ଫଳରେ ସୂର୍ଯ୍ୟ ମନ୍ଦିର କୋଣାର୍କ ହୋଇଛି ଜଳବନ୍ଦୀ। ଜମି ରହିଛି ଫୁଟେ ଉଚ୍ଚର ପାଣି। ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିସରରେ ଆଜି କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି।

Advertisment

ଲଗାଣ ବର୍ଷା ଯୋଗୁଁ ମନ୍ଦିର ପରିସରରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହିଛି। ଯେଉଁ ରାସ୍ତା ଦେଇ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ କରାଯାଏ, ପାର୍ଶ୍ୱ ରାସ୍ତା ଦେଇ ପର୍ଯ୍ୟଟକ ମନ୍ଦିର ବେଢ଼ା ବୁଲନ୍ତି ସେ ସବୁ ବୁଡ଼ି ଯାଇଛି। ଫଳରେ ପର୍ଯ୍ୟଟକ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। କିଛି ପର୍ଯ୍ୟଟକ ପାଣି ଭିତରେ ପଡ଼ି ବି ଯାଇଛନ୍ତି। ଫଳରେ ସେମାନେ ମନ୍ଦିର ପ୍ରଶାସନ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରୁଛନ୍ତି।

waterloggingପର୍ଯ୍ୟଟକମାନେ ପାଣିରେ ପଶି କୋଣାର୍କ ମନ୍ଦିର ବୁଲୁଛନ୍ତି।

ପରିସ୍ଥିତିକୁ ଦେଖି ପମ୍ପସେଟ୍ ଲଗାଇ ପାଣି ନିଷ୍କାସନ ପାଇଁ ଉଦ୍ୟମ କରାଯାଉଛି। କୋଣାର୍କ ସୂର୍ଯ୍ୟ ମନ୍ଦିରରେ ଏ ପରିସ୍ଥିତି କିଛି ନୂଆ ନୁହେଁ। ଅଳ୍ପ ସମୟ ବର୍ଷାରେ ବି ପାଣି ଏଠି ଲହରି ଭାଙ୍ଗେ।

Advertisment

ଏପରି ସମସ୍ୟା ବର୍ଷ ବର୍ଷ ଧରି ଏଠାରେ ଲାଗି ରହିଥିଲେ ବି ଏହାର ସ୍ଥାୟୀ ସମାଧାନ ପାଇଁ ପ୍ରଶାସନିକ ସ୍ତରରେ ଆନ୍ତରିକତା ପ୍ରକାଶ ପାଉନି। ଫଳରେ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକ ଏଠାରୁ ଖରାପ ଅନୁଭୂତି ନେଇ ଫେରୁଛନ୍ତି।

Puri Konark Temple
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe