Advertisment

ଆଜିଠୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

ପର୍ଯ୍ୟଟକମାନଙ୍କୁ ନିଆରା ଅନୁଭୂତି ଦେବାପାଇଁ ଚଳିତବର୍ଷ ଡାଙ୍ଗମାଳ ଠାରେ ୧୫ ଫୁଟ ଉଚ୍ଚରେ ବନ ବିଭାଗ କରିଛି ସ୍କାଏ ୱlକ୍।

ଅଦ୍ୟତନ ହୋଇଛି
Crocodile

Crocodile

Advertisment

ଦୀର୍ଘ ତିନି ମାସ ପରେ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତର କନିକା ଜାତୀୟ ଉଦ୍ୟାନ। ବିରଳ ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ କାରଣରୁ ଭିତରକନିକାକୁ ବନ୍ଦ ରଖାଯାଇଥିଲା।

Advertisment

ପର୍ଯ୍ୟଟକମାନଙ୍କୁ ନିଆରା ଅନୁଭୂତି ଦେବାପାଇଁ ଚଳିତବର୍ଷ ଡାଙ୍ଗମାଳ ଠାରେ ୧୫ ଫୁଟ ଉଚ୍ଚରେ ବନ ବିଭାଗ କରିଛି ସ୍କାଏ ୱlକ୍। ଏହାର ଲମ୍ବ ୬୦୦ ମିଟର ରହିଛି। ଏହା ଉପର ଦେଇ ଯିବା ବେଳେ ପର୍ଯ୍ୟଟକମାନେ ପ୍ରାକୃତିକ ପରିବେଶକୁ ମନଭରି ଉପଭୋଗ କରିବା ସହ ଜାତିଜାତିକା ପକ୍ଷୀ, ହରିଣ ଓ ସରୀସୃପମାନଙ୍କୁ ଦେଖିବାକୁ ପାଇବେ।

ଏହା ବ୍ୟତୀତ ଭିତରକନିକାରେ ପ୍ରବାହିତ ନଦୀ ମଧ୍ୟରେ ରହଣି ପାଇଁ ମଧ୍ୟ ଚଳିତବର୍ଷ ୪ଟି କାଟା ମେରାଇନ ବୋଟର ସୁବିଧା ରହିଛି। ଫଳରେ ନଦୀ ଭିତରେ ସୌଖିନ ବୋଟରେ ପଞ୍ଚତାରକା ହୋଟେଲର ମଜା ନେଇପାରିବେ ପର୍ଯ୍ୟଟକ। ଭିତରକନିକାକୁ ପ୍ରବେଶ ପାଇଁ ଦୁଇଟି ଜଳପଥ ଓ ଗୋଟିଏ ସ୍ଥଳ ପଥ ରହିଛି। ଜଳ ପଥ ପାଇଁ  ବୋଟ୍ ଯୋଗେ ପର୍ଯ୍ୟଟକ ଆସିବା ପାଇଁ ସୁବିଧା ଥିବା ବେଳେ, ସ୍ଥଳପଥରେ ସିଧା ଡାଙ୍ଗମାଳ ଜାତୀୟ ଉଦ୍ୟାନ ପାଖରେ ପହଞ୍ଚିବା ପାଇଁ ସୁବିଧା ରହିଛି। ବନ ବିଭାଗ ପର୍ଯ୍ୟଟକଙ୍କ ସୁବିଧା ଦୃଷ୍ଟିରୁ ପରିଚୟପତ୍ର ବାଧ୍ୟତାମୂଳକ କରିବା ସହ ପ୍ଲାଷ୍ଟିକ ଓ ପଲିଥିନକୁ ସମ୍ପୂର୍ଣ ନିଷେଧ କରିଛି।

Advertisment
Bhitarkanika Kendrapada
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe