Advertisment

ବିବାଦ ପରେ OSSSCରେ ନିଯୁକ୍ତି: ଲଳିତ ଦାସ ଅଧ୍ୟକ୍ଷ, ଉଦ୍ଧବ ଓ ସରୋଜ ସଦସ୍ୟ

ଓଏସଏଏସଏସସିରେ ପୂର୍ଣ୍ଣକାଳୀନ ଅଧ୍ୟକ୍ଷ ଓ ସଦସ୍ୟ ନିଯୁକ୍ତି ଦେଇ ପରୀକ୍ଷା ବ୍ୟବସ୍ଥାରେ ପାରଦର୍ଶିତା ଆଣିବାକୁ ପ୍ରୟାସ କରିଛନ୍ତି ସରକାର।

Lalit Das

Lalit Das

Advertisment

ବିଭିନ୍ନ ପଦବୀ ପାଇଁ ନିଯୁକ୍ତିରେ ଅନିୟମିତତାକୁ ନେଇ ବିବାଦରେ ଥିବା ଓଡ଼ିଶା ସବଅର୍ଡିନେଟ୍ ଷ୍ଟାଫ ସିଲେକ୍ସନ(ଓଏସଏସଏସସି)ରେ ଆଜି ରାଜ୍ୟ ସରକାର ପୂର୍ଣ୍ଣକାଳୀନ ଅଧ୍ୟକ୍ଷ ନିଯୁକ୍ତି କରିଛନ୍ତି । ଓଏସଏସଏସସି ଅଧ୍ୟକ୍ଷ ଭାବେ ଅବସରପ୍ରାପ୍ତ ଓଡ଼ିଆ ଆଇପିଏସ୍ ଲଳିତ ଦାସଙ୍କୁ ନିଯୁକ୍ତି ମିଳିଥିବାବେଳେ ଅବସରପ୍ରାପ୍ତ ଆଇଏଏସ୍ ଉଦ୍ଧବଚନ୍ଦ୍ର ମାଝୀ ଓ ଅବସରପ୍ରାପ୍ତ ଓଏଏସ୍ ସରୋଜ କୁମାର ମିଶ୍ରଙ୍କୁ ସଦସ୍ୟ ହେବେ । ଆଜି ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି ।

Advertisment

ଉଲ୍ଲେଖଯୋଗ୍ୟ, ଓଏସଏସଏସସି ଦ୍ୱାରା ଆୟୋଜିତ ଅମିନ,ଆରଆଇ, ଫରେଷ୍ଟର ସମେତ ବିଭିନ୍ନ ପରୀକ୍ଷାରେ ଅନିୟମିତତାର ଅଭିଯୋଗ ଆଣି ପରୀକ୍ଷାର୍ଥୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ରାଜ୍ୟ ସରକାର ଏହି ପରୀକ୍ଷାକୁ ସ୍ୱଚ୍ଛତା ଆଣିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ । ଏହାସହିତ ଓଏସଏଏସଏସସିରେ ପୂର୍ଣ୍ଣକାଳୀନ ଅଧ୍ୟକ୍ଷ ଓ ସଦସ୍ୟ ନିଯୁକ୍ତି ଦେଇ ପରୀକ୍ଷା ବ୍ୟବସ୍ଥାରେ ପାରଦର୍ଶିତା ଆଣିବାକୁ ପ୍ରୟାସ କରିଛନ୍ତି ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe