ଆଜି ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ। ବାହାରପଟୁ ଲେଜର ସ୍କାନିଂ ପାଇଁ ASIକୁ ଅନୁମତି ଦିଆଯାଇଥିବା କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ପ୍ରଥମେ ରତ୍ନଭଣ୍ଡାର ବାହାର କାନ୍ଥର ଲେଜର ସ୍କାନିଂ କରାଯିବ। ରିପୋର୍ଟ ଆସିବା ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି।
୨୦୧୮ରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ୧୭ ଜଣିଆ ଟିମ୍ ରତ୍ନଭଣ୍ଡାରର ସ୍ଥିତି ଯାଞ୍ଚ କରିବାକୁ ଶ୍ରୀମନ୍ଦିର ଭିତରକୁ ଯାଇଥିଲେ।