Advertisment

‘୨୮ରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଲେଜର ସ୍କାନିଂ’

‘ରତ୍ନଭଣ୍ଡାର ବାହାର ପଟ କାନ୍ଥର ପ୍ରଥମେ ଲେଜର ସ୍କାନିଂ କରାଯିବ। ତା’ପରେ କେଉଁ ସ୍ଥାନରେ ଫାଟ ରହିଛି ଓ କ'ଣ ସମସ୍ୟା ରହିଛି ତାହା ଜଣାପଡ଼ିବ। ଆବଶ୍ୟକ ପଡ଼ିଲେ ଭିତର ରତ୍ନଭଣ୍ଡାର ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀଙ୍କ ମନ୍ଦିରର ମଧ୍ୟ ଲେଜର ସ୍କାନିଂ କରାଯିବ।’

author-image
Manoranjan Sial
undefined

Jagannath Temple

ଆସନ୍ତା ୨୮ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ କରାଯିବ। କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ହେଉଥିବାରୁ କାର୍ତ୍ତିକ ପୂର୍ଣ୍ଣମୀ ପରଦିନଠାରୁ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାରର ଲେଜର ସ୍କାନିଂ କରାଯିବ। ଏନେଇ ଏଏସ୍‌ଆଇ ସହ ଆଲୋଚନା ହୋଇଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ କହିଛନ୍ତି।

Advertisment

ସେ କହିଛନ୍ତି, ରତ୍ନଭଣ୍ଡାର ବାହାର ପଟ କାନ୍ଥର ପ୍ରଥମେ ଲେଜର ସ୍କାନିଂ କରାଯିବ। ତା’ପରେ କେଉଁ ସ୍ଥାନରେ ଫାଟ ରହିଛି ଓ କ'ଣ ସମସ୍ୟା ରହିଛି ତାହା ଜଣାପଡ଼ିବ। ଆବଶ୍ୟକ ପଡ଼ିଲେ ଭିତର ରତ୍ନଭଣ୍ଡାର ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀଙ୍କ ମନ୍ଦିରର ମଧ୍ୟ ଲେଜର ସ୍କାନିଂ କରାଯିବ। ସେପଟେ ଲେଜର ସ୍କାନିଂ ମେସିନ ଏଏସ୍‌ଆଇ ପାଖରେ ପହଞ୍ଚି ସାରିଛି। ରତ୍ନଭଣ୍ଡାରର ଲେଜର ସ୍କାନିଂ ପାଇଁ ଯାହା କିଛି ସହଯୋଗ ଆବଶ୍ୟକ ପଡ଼ିବ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ସହଯୋଗ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି।

Puri Sri Jagannath Lord Jagannath