Mahaprasad
ପୁରୀ ଶ୍ରୀମନ୍ଦିରକୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ସମସ୍ତ ଭକ୍ତଙ୍କୁ ମାଗଣାରେ ବଣ୍ଟନ କରାଯିବ ମହାପ୍ରସାଦ। ଏନେଇ ଯୋଜନା ରଖିଛନ୍ତି ରାଜ୍ୟ ସରକାର। ପୁରୀରେ ରଥ ସେବା ସମ୍ମାନ- ୨୦୨୪ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଏହା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ତେବେ କେବଠୁ ଓ କେମିତି ଦିଆଯିବ ମହାପ୍ରସାଦ, ସେନେଇ ଆଇନ ମନ୍ତ୍ରୀ ସ୍ପଷ୍ଟ କରିନାହାନ୍ତି। ସେ କହିଛନ୍ତି, ଏ ସଂପର୍କରେ ରାଜ୍ୟ ସରକାର ଏକ ରୂପରେଖ ପ୍ରସ୍ତୁତ କରୁଛନ୍ତି।
ଆଇନ ମନ୍ତ୍ରୀ ଆହୁରି କହିଛନ୍ତି, ପୁରୀରେ ଶ୍ରୀଜଗନ୍ନାଥ ସଂସ୍କୃତିକୁ ନେଇ ଏକ ବ୍ୟାଖ୍ୟାନ କେନ୍ଦ୍ର ଖୋଲାଯିବ। ସେଠାରେ ଜଗନ୍ନାଥ ମନ୍ଦିରର ସମ୍ପୂର୍ଣ୍ଣ ନୀତିକାନ୍ତି, ବ୍ୟବସ୍ଥାବଳୀ ଓ ଜଗନ୍ନାଥ ସଂସ୍କୃତି ବିଷୟରେ ଭକ୍ତଙ୍କୁ ତଥ୍ୟ ଦିଆଯିବ।
ରତ୍ନଭଣ୍ଡାର ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ଆଇନମନ୍ତ୍ରୀ କହିଛନ୍ତି, ଏହାର ମରାମତି ନେଇ ମାର୍ଗଦର୍ଶିକା ପ୍ରସ୍ତୁତ ହୋଇସାରିଛି। ଯଥାଶୀଘ୍ର ଭିତର ରତ୍ନଭଣ୍ଡାର ସିନ୍ଧୁକ ସ୍ଥାନାନ୍ତରଣ ସହ ମରାମତି କାର୍ଯ୍ୟ ଓ ଗଣତି ମଣତି ଆରମ୍ଭ ହେବ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Mahaprasad_1723960596.jpg)