Advertisment

୨୦୩୬ରେ ଗଠନ ହେବ ସମୃଦ୍ଧ ଓଡ଼ିଶା: ୱେବପୋର୍ଟାଲ ଉନ୍ମୋଚିତ, ପରାମର୍ଶ ଲୋଡ଼ିଲେ ସରକାର

ଆଜି ଏହି ଭିଜନ ଡକ୍ୟୁମେଂଟ ସଂକ୍ରାନ୍ତ ୱେବପୋର୍ଟାଲକୁ ଉନ୍ମୋଚନ କରି ରାଜ୍ୟବାସୀଙ୍କଠୁ ସମୃଦ୍ଧ ଓ ବିକଶିତ ଓଡ଼ିଶା ଗଠନ ପାଇଁ ଆବଶ୍ୟକ ସୁଚିନ୍ତିତ ମତାମତ ହ୍ୱାଟସଅପ୍ ନମ୍ବର ଓ ଇମେଲ୍ ମାଧ୍ୟମରେ ପଠାଇବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆହ୍ୱାନ ଦେଇଛନ୍ତି ।

ଅଦ୍ୟତନ ହୋଇଛି
BBSR

BBSR

Advertisment

 ଆସନ୍ତା ୨୦୩୬ ମସିହା ସୁଦ୍ଧା ‘ସମୃଦ୍ଧ ଓଡ଼ିଶା’ ଗଠନ ହେବ। ଆଉ ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନରେ ଓଡ଼ିଶାର ଅବଦାନ ମହତ୍ୱପୂର୍ଣ୍ଣ ରହିବ । ଓଡ଼ିଶା ପ୍ରଦେଶ ଗଠନର ୧୦୦ବର୍ଷ ପୂର୍ତ୍ତି ଅର୍ଥାତ୍ ୨୦୩୬ ମସିହା ବେଳକୁ ଓଡ଼ିଶା କିଭଳି ସମୃଦ୍ଧ ରାଜ୍ୟରେ ପରିଣତ ହେବ ସେନେଇ ରାଜ୍ୟର ମୋହନ ମାଝୀ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ୨୦୩୬ ମସିହା ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଭିଜନ ଡକ୍ୟୁମେଂଟ ପ୍ରସ୍ତୁତି ନିମନ୍ତେ ସାଧାରଣ ଲୋକଙ୍କଠୁ ମତାମତ ଓ ପରାମର୍ଶ ଲୋଡ଼ିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଏହି ଭିଜନ ଡକ୍ୟୁମେଂଟ ‘ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭’ ପ୍ରସ୍ତୁତ ନିମନ୍ତେ ଏକ ରାଜ୍ୟ ସରକାରଙ୍କ ୱେବପୋର୍ଟାଲକୁ ଉନ୍ମୋଚନ କରିଛନ୍ତି । ବିକଶିତ ଓଡ଼ିଶାର ରୂପରେଖ ଓଡ଼ିଶାର ଲୋକମାନେ ହିଁ ପ୍ରସ୍ତୁତ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Advertisment

ଆଜି ଏହି ଭିଜନ ଡକ୍ୟୁମେଂଟ ସଂକ୍ରାନ୍ତ ୱେବପୋର୍ଟାଲକୁ ଉନ୍ମୋଚନ କରି ରାଜ୍ୟବାସୀଙ୍କଠୁ ସମୃଦ୍ଧ ଓ ବିକଶିତ ଓଡ଼ିଶା ଗଠନ ପାଇଁ ଆବଶ୍ୟକ ସୁଚିନ୍ତିତ ମତାମତ ହ୍ୱାଟସଅପ୍ ନମ୍ବର ଓ ଇମେଲ୍ ମାଧ୍ୟମରେ ପଠାଇବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆହ୍ୱାନ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିକଶିତ ଓଡିଶା ଗଠନ ପାଇଁ ଆମେ ଯେଉଁ ଭିଜନ୍‌ ଡକୁମେଣ୍ଟ ପ୍ରସ୍ତୁତ କରିବାକୁ ଯାଉଛୁ, ତାହା ଲୋକଙ୍କ ମତାମତ ଆଧାରରେ ହିଁ ପ୍ରସ୍ତୁତ ହେବ। ଏହା କେବଳ ଏକ ସରକାରୀ ଦସ୍ତାବିଜ ହେବ ନାହିଁ, ବରଂ ଓଡିଶାର ଜନସାଧାରଣଙ୍କ ଦ୍ୱାରା, ଜନସାଧାରଣଙ୍କ ପାଇଁ ପ୍ରସ୍ତୁତ ଏପରି ଏକ ଦସ୍ତାବିଜ ହେବ ଯାହା ଜନସାଧାରଣଙ୍କ ଆକାଂକ୍ଷାର ପ୍ରକୃତ ପ୍ରତିଫଳନ ହେବ।  ସେ ନିଜେ, ତାଙ୍କର ସହଯୋଗୀ ଦୁଇ ଉପମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀଗଣ ମଧ୍ୟ ସମାଜର ସବୁ ବର୍ଗର ଜନସାଧାରଣଙ୍କ ସହ ଆଲୋଚନା କରି ସମୃଦ୍ଧ ଓଡିଶା ଗଠନ ପାଇଁ ଲୋକଙ୍କ ବିଚାର ଓ  ପ୍ରସ୍ତାବ ଉପରେ ଅନୁଶୀଳନ କରିବେ। ଆମେ ସମସ୍ତେ ମିଳିମିଶି ଏପରି ଏକ ଓଡିଶା ଗଠନ କରିବୁ, ଯାହା ଅର୍ଥନୈତିକ ଭାବେ ସମୃଦ୍ଧ ହେବ ଏବଂ ସାମାଜିକ ନ୍ୟାୟକୁ ସୁନିଶ୍ଚିତ କରିବ।  ମାନବ ବିକାଶ ସୂଚକାଙ୍କରେ ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ଅର୍ଜନ କରିବ। ଆମ ସରକାରଙ୍କ ପ୍ରତ୍ୟେକ କାର୍ଯ୍ୟକ୍ରମରେ ଲୋକଙ୍କ ଇଚ୍ଛା ପ୍ରତିଫଳିତ ହେଉଛି ଏବଂ ହୋଇଚାଲିବ। ୨୦୩୬ ଓ ୨୦୪୭ ର ଓଡିଶା, ଲୋକମାନଙ୍କ ଇଚ୍ଛା ଓ ସ୍ୱପ୍ନର ଏକ ପ୍ରତିଫଳନ ହେବ ବୋଲି ସେ କହିଛନ୍ତି।

ଏହି ଭିଜନ ଡକୁମେଣ୍ଟ ପ୍ରସ୍ତୁତି ପାଇଁ ସମାଜର  ବିଶିଷ୍ଟ ନାଗରିକ, ବିଭିନ୍ନ ନାଗରିକ ସଂଗଠନ, ବୁଦ୍ଧିଜୀବୀ, ଶିକ୍ଷାବିତ୍, ନୀତି  ନିର୍ଦ୍ଧାରକ, ପ୍ରବାସୀ ଓଡ଼ିଆ,  ଶିଳ୍ପ କ୍ଷେତ୍ରରେ ପ୍ରତିଷ୍ଠିତ  ନେତୃବୃନ୍ଦଙ୍କ  ସମେତ ସାଧାରଣ ଜନତା ମତାମତ ଦେଇ ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ  ପରିଚାଳନା କମିଟି ଏବଂ ୬ଟି  ସଚିବସ୍ତରୀୟ କମିଟି ଗଠନ କରାଯାଇଛି। ୨୦୪୭  ମସିହାରେ ଭାରତ ବର୍ଷ ସ୍ୱାଧୀନତାର ଶହେ ବର୍ଷ ପୂର୍ତ୍ତି ପାଳନ କରିବ।  ଏହା ପୂର୍ବରୁ ୨୦୩୬ ମସିହାରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନର ଶହେ ବର୍ଷ ପୂର୍ତ୍ତି ପାଳନ କରିବ । ୨୦୩୬ ସୁଦ୍ଧା ଓଡିଶା ଏକ ୫୦୦ ବିଲିଅନ୍ ଡଲାର ଅର୍ଥନୀତିରେ ପରିଣତ ହେବାର ଲକ୍ଷ୍ୟ ରଖାଯାଇଛି। ଏହା ସହିତ ୨୦୪୭ ସୁଦ୍ଧା ଆମେ ୧.୫ ଟ୍ରିଲିଅନ୍ ଅର୍ଥନୀତି ହେବାର ଲକ୍ଷ୍ୟ ମଧ୍ୟ ରଖିଛୁ ବୋଲି ଶ୍ରୀ ମାଝୀ କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଭାରତ, ବିଶ୍ୱଗୁରୁ ହେବାର ରାସ୍ତାରେ ଦ୍ରୁତ ଗତିରେ ଅଗ୍ରଗତି କରୁଛି ବୋଲି ସେ କହିଥିଲେ।

Advertisment

ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଚାଲୁଥିବା ଆମ ସରକାର ଲୋକଙ୍କ ସରକାର ଭାବରେ ପରିଚୟ ହାସଲ କରିଛି। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ବିକଶିତ ଭାରତର ରୂପରେଖକୁ ଆମେ ପ୍ରତିଦିନ ଅନୁଭବ କରୁଛୁ। ଲୋକଙ୍କ ସରକାର ସମୃଦ୍ଧ ଓଡିଶା ଗଠନ ପାଇଁ ଲୋକଙ୍କୁ ଅଂଶୀଦାର କରି ଆଗକୁ ବଢିବ।

ଆଜି ଉନ୍ମୋଚିତ ହୋଇଥିବା  ଓ୍ୱେବ୍ ପୋର୍ଟାଲ ହେଉଛି- ttps://vision.odisha.gov.in/ । ଜନସାଧାରଣ ଏହି ୱେବପୋର୍ଟାଲ ସହିତ  ହ୍ୱାଟସଅପ୍ ନମ୍ବର +91 6370951920 ଏବଂ ଇ-ମେଲ vision@odisha.gov.in  ଜରିଆରେ  ରାଜ୍ୟ ସରକାରଙ୍କୁ ଆଜିଠାରୁ  ତିନି ସପ୍ତାହ ମଧ୍ୟରେ ପ୍ରସ୍ତାବ ପଠାଇପାରିବେ ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ଗୋକୁଳାନନ୍ଦ ମଲ୍ଲିକ, ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ସମେତ ମୁଖ୍ୟ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ସଚିବ ନିକୁଞ୍ଜ ବିହାରୀ ଧଳଙ୍କ ସମେତ ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ଥିଲେ ।

Bjp
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe