Advertisment

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ ଆଶିଷ ସିଂ

ଇଣ୍ଡୋ-ତିଦ୍ଦତିଆନ ବର୍ଡର ପୁଲିସ ଫୋର୍ସ ବା ଆଇଟିବିପି ଆଇଜି ଭାବେ ଆଶିଷଙ୍କୁ ନିଯୁକ୍ତି ମିଳିଛି।

IPS Ashish Singh

IPS Ashish Singh

Advertisment

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ ଆଶିଷ ସିଂ। ଇଣ୍ଡୋ-ତିଦ୍ଦତିଆନ ବର୍ଡର ପୁଲିସ ଫୋର୍ସ ବା ଆଇଟିବିପି ଆଇଜି ଭାବେ ଆଶିଷଙ୍କୁ ନିଯୁକ୍ତି ମିଳିଛି। ୫ ବର୍ଷ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିବେ। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ତରଫରୁ ଏନେଇ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଅବଗତ କରାଯାଇଛି।

Advertisment

ଗତ ସାଧାରଣ ନିର୍ବାଚନ ବେଳେ ମିଛ କହି ମେଡିକାଲ୍ ଲିଭରେ ଥିଲେ ଆଶିଷ ସିଂ। ଆଶିଷ ସିଂ ନିର୍ବାଚନ ବେଳେ ସେତେବେଳର ଶାସକ ଦଳ ପ୍ରତି ଅନୁକମ୍ପା ଦେଖାଉଥିବା ଅଭିଯୋଗ କରି ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଫେରାଦ ହୋଇଥିଲା କେନ୍ଦ୍ର ବିଜେପି। ଏପ୍ରିଲ ୫ ତାରିଖରେ ଇସିଆଇଙ୍କ ନିର୍ଦ୍ଦେଶ କ୍ରମେ ଆଶିଷ ସିଂଙ୍କୁ ସେଣ୍ଟ୍ରାଲ ରେଞ୍ଜ IG ପଦରୁ ହଟାଯାଇଥିଲା। ପରେ ତାଙ୍କୁ ଆଇଜି- ସିଏମ ସିକ୍ୟୁରିଟି ପଦବୀରେ ଅବସ୍ଥାପିତ କରାଯାଇଥିଲା। ହେଲେ ସେ ବିଜେଡି ନିର୍ବାଚନ ପ୍ରଚାର ପାଇଁ ରଣନୀତି ତିଆରି କରୁଥିବା ଅଭିଯୋଗ ହୋଇଥିଲା।

ମେଡିକାଲ ଲିଭରେ ଥିବା ଆଶିଷ ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଥିଲେ ଭାରତୀୟ ନିର୍ବାଚନ କମିଶନ। ଭୁବନେଶ୍ୱର ଏମ୍ସର ସ୍ୱତନ୍ତ୍ର ମେଡିକାଲ ବୋର୍ଡ ରିପୋର୍ଟ ଆଧାରରେ ଜଣାପଡ଼ିଥିଲା ଯେ, ଆଶିଷ ମିଛ କହି ଛୁଟିରେ ଥିଲେ। ତେଣୁ ତାଙ୍କ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ମୁଖ୍ୟ ଶାସନ ସଚିବଙ୍କୁ ECIଙ୍କ ନିର୍ଦ୍ଦେଶ ଦେଇଥିଲେ। ପରେ ଆଇପିଏସ ଆଶିଷ ସିଂଙ୍କୁ ଗୃହ ବିଭାଗର ଓଏସଡି ଭାବେ ବଦଳି କରିଥିଲେ ରାଜ୍ୟ ସରକାର।

Advertisment
Centre Deputation IPS Ashish Singh
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe