/odisha-reporter/media/post_attachments/uploadimage/library/16_9/16_9_0/SCB_1725122346.jpg)
SCB
କଟକ SCB ମେଡିକାଲ କଲେଜ ଓ ହସ୍ପିଟାଲର ନୂଆ ଡିନ୍ ଓ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ପ୍ରଫେସର ଡାକ୍ତର ଲୁସି ଦାସ। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଆଜି ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।
Advertisment
ଏଥିସହ ପ୍ରଫେସର ଡାକ୍ତର ଲୁସି ଦାସଙ୍କୁ ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲର ଅଧୀକ୍ଷକ ଦାୟିତ୍ୱ ତୁଲାଇବାକୁ ମଧ୍ୟ କୁହାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ ଏହି ଦାୟିତ୍ୱ ସମ୍ଭାଳିବାକୁ ତାଙ୍କୁ କୁହାଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
