Advertisment

ମୁଖ୍ୟଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା

ମନୋଜ ଆହୁଜା କେନ୍ଦ୍ରୀୟ ଡେପୁଟେସନରେ ଥିଲେ। ସେ କେନ୍ଦ୍ର କୃଷି ଓ କୃଷକ ସଶକ୍ତୀକରଣ ସଚିବ ଥିଲେ। ରାଜ୍ୟରେ ବିଜେପି ସରକାର ଆସିବା ପରେ କେନ୍ଦ୍ରୀୟ ଡେପୁଟେସନରେ ଥିବା ମନୋଜ ଆହୁଜାଙ୍କୁ ଓଡ଼ିଶା ଫେରାଇବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ।

author-image
Manoranjan Sial
Manoj

Manoj

ଓଡ଼ିଶାର ନୂଆ ମୁଖ୍ୟଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା। ଆଜି ସେ ଲୋକସେବା ଭବନ ଯାଇ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ମନୋଜ ଆହୁଜା ହେଉଛନ୍ତି ୧୯୯୦ ବ୍ୟାଚର ଆଇଏଏସ୍ ଅଫିସର୍।

Advertisment

ମନୋଜ ଆହୁଜା କେନ୍ଦ୍ରୀୟ ଡେପୁଟେସନରେ ଥିଲେ। ସେ କେନ୍ଦ୍ର କୃଷି ଓ କୃଷକ ସଶକ୍ତୀକରଣ ସଚିବ ଥିଲେ। ରାଜ୍ୟରେ ବିଜେପି ସରକାର ଆସିବା ପରେ କେନ୍ଦ୍ରୀୟ ଡେପୁଟେସନରେ ଥିବା ମନୋଜ ଆହୁଜାଙ୍କୁ ଓଡ଼ିଶା ଫେରାଇବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ। କେନ୍ଦ୍ର ସରକାର ଶ୍ରୀ ଆହୁଜାଙ୍କ ଗୃହ କ୍ୟାଡରକୁ ଫେରିଯିବାକୁ ଅନୁମତି ଦେଇଥିଲେ। ଏହା ପରେ ଶ୍ରୀ ଆହୁଜା ଭୁବନେଶ୍ୱର ଫେରିଥିଲେ। ଆଜି ସେ ବିଦାୟୀ ମୁଖ୍ୟ ଶାସନ ସଚିବଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି।

Ias Officer Manoj Ahuja