Advertisment

ମୁଖ୍ୟଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା

ମନୋଜ ଆହୁଜା କେନ୍ଦ୍ରୀୟ ଡେପୁଟେସନରେ ଥିଲେ। ସେ କେନ୍ଦ୍ର କୃଷି ଓ କୃଷକ ସଶକ୍ତୀକରଣ ସଚିବ ଥିଲେ। ରାଜ୍ୟରେ ବିଜେପି ସରକାର ଆସିବା ପରେ କେନ୍ଦ୍ରୀୟ ଡେପୁଟେସନରେ ଥିବା ମନୋଜ ଆହୁଜାଙ୍କୁ ଓଡ଼ିଶା ଫେରାଇବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ।

Manoj

Manoj

Advertisment

ଓଡ଼ିଶାର ନୂଆ ମୁଖ୍ୟଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା। ଆଜି ସେ ଲୋକସେବା ଭବନ ଯାଇ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ମନୋଜ ଆହୁଜା ହେଉଛନ୍ତି ୧୯୯୦ ବ୍ୟାଚର ଆଇଏଏସ୍ ଅଫିସର୍।

Advertisment

ମନୋଜ ଆହୁଜା କେନ୍ଦ୍ରୀୟ ଡେପୁଟେସନରେ ଥିଲେ। ସେ କେନ୍ଦ୍ର କୃଷି ଓ କୃଷକ ସଶକ୍ତୀକରଣ ସଚିବ ଥିଲେ। ରାଜ୍ୟରେ ବିଜେପି ସରକାର ଆସିବା ପରେ କେନ୍ଦ୍ରୀୟ ଡେପୁଟେସନରେ ଥିବା ମନୋଜ ଆହୁଜାଙ୍କୁ ଓଡ଼ିଶା ଫେରାଇବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ। କେନ୍ଦ୍ର ସରକାର ଶ୍ରୀ ଆହୁଜାଙ୍କ ଗୃହ କ୍ୟାଡରକୁ ଫେରିଯିବାକୁ ଅନୁମତି ଦେଇଥିଲେ। ଏହା ପରେ ଶ୍ରୀ ଆହୁଜା ଭୁବନେଶ୍ୱର ଫେରିଥିଲେ। ଆଜି ସେ ବିଦାୟୀ ମୁଖ୍ୟ ଶାସନ ସଚିବଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି।

Manoj Ahuja Ias Officer
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe