Advertisment

ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ମେଡିକାଲ କଲେଜ

ଭଦ୍ରକ ସମେତ ସମସ୍ତ ୩୦ ଜିଲ୍ଲାରେ ମେଡିକାଲ କଲେଜ ଖୋଲିବା ନେଇ ଗୃହରେ ଘୋଷଣା କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଖୁବଶୀଘ୍ର ୫ ହଜାର ଡାକ୍ତର ଓ ୩ ହଜାର ପାରାମେଡିକାଲ ଷ୍ଟାଫ୍ ନିଯୁକ୍ତି ପାଇଁ ବାହାରିବ ବିଜ୍ଞାପନ।

author-image
Debadatta Aryashrestha
Mukesh Mahaling (File Photo)

Mukesh Mahaling (File Photo)

ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ମେଡିକାଲ କଲେଜ। ଭଦ୍ରକ ସମେତ ସମସ୍ତ ୩୦ ଜିଲ୍ଲାରେ ମେଡିକାଲ କଲେଜ ଖୋଲିବା ନେଇ ଗୃହରେ ଘୋଷଣା କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେହିଭଳି ମେଡିକାଲ ରିକ୍ରୁଟମେଣ୍ଟ ପ୍ରକ୍ରିୟାରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନରେ ୨ଟି ସଂଶୋଧନ କରାଯାଇଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ।

Advertisment

ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି ଯେ ରାଜ୍ୟରେ ସବୁ ଜିଲ୍ଲାରେ ମେଡିକାଲ କଲେଜ ଖୋଲିବା ଆମ ସଂକଳ୍ପ ପତ୍ରରେ ଥିଲା। ଲୋକଙ୍କୁ ଉନ୍ନତମାନର ଚିକିତ୍ସା ଯୋଗାଇଦେବା ପାଇଁ ସବୁ ଜିଲ୍ଲାରେ ମେଡିକାଲ କଲେଜ ଖୋଲିବା ଜରୁରୀ। ଏହା ସହିତ ମେଡିକାଲ ଗୁଡ଼ିକରେ ଯେଉଁ ଡାକ୍ତରଙ୍କ ଅଭାବ ରହିଛି, ତାହାକୁ ମଧ୍ୟ ପୂରଣ କରିବା ଜରୁରୀ। ତେଣୁ ଖୁବଶୀଘ୍ର ୫ ହଜାର ଡାକ୍ତର ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ ପାଇବ। ଏଥିସହ ୩ ହଜାର ପାରାମେଡିକାଲ ଷ୍ଟାଫ୍ ନିଯୁକ୍ତି ପାଇଁ ମଧ୍ୟ ବିଜ୍ଞାପନ ବାହାରିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

ସେହିଭଳି ୨୦୧୪ ମସିହା ପରେ ଯେତେ ସବୁ ୧୦୦ ବେଡ୍ ବିଶିଷ୍ଟ ମେଡିକାଲ କଲେଜ ଖୋଲିଛି, ସେସବୁର ଉନ୍ନତିକରଣ ପାଇଁ ୨୫୦ରୁ ୩୦୦ କୋଟି ଟଙ୍କା ଖର୍ଚ୍ଚ ହେଉଛି ବୋଲି ଗୃହରେ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ।

Advertisment
Odisha Assembly Medical College In All District Medical College In Odisha Mukesh Mahaling