ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ଦୁଇ ଉପ-ମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ ଓ ପ୍ରଭାତୀ ପରିଡ଼ା ଯୋଗଦେଇଥିଲେ। ଆଜି ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ଓଡ଼ିଶାର ସାମଗ୍ରୀକ ବିକାଶ, ସ୍ଥିତି ଓ ଆହ୍ୱାନ ଗୁଡ଼ିକ ସମ୍ପର୍କରେ ବିସ୍ତୃତ ତଥ୍ୟ ଉପସ୍ଥାପନ କରିଥିଲେ ମୁଖ୍ୟଶାସନ ସଚିବ ପ୍ରଦୀପ ଜେନା। ଏଥିରେ ଉନ୍ନୟନ କମିଶନର ଅନୁ ଗର୍ଗ, ଅର୍ଥ ସଚିବ ବିଶାଳ ଦେବ, କୃଷୀ ସଚିବ ଅରବନ୍ଦି ପାଢ଼ୀ, ମତ୍ସ୍ୟ ଓ ପଶୁପାଳ ବିଭାଗ ସଚିବ ସୁରେଶ କୁମାର ବଶିଷ୍ଟ ପ୍ରମୁଖ ଯୋଗଦେଇଥିଲେ।
Also Read
ବୈଠକ ପରେ ଶ୍ରୀ ଜେନା କହିଛନ୍ତି, ଆଜି ପ୍ରଥମ ଫର୍ମାଲ ବୈଠକ ବସିଥିଲା। ଓଡ଼ିଶାର ସାମଗ୍ରୀକ ସ୍ଥିତି ଉପରେ ଗୋଟିଏ ପ୍ରେଜେନ୍ଣ୍ଟେସନ୍ ଉପସ୍ଥାପନ କରିଥିଲୁ। ଯେଉଁଥିରେ ଓଡ଼ିଶାର ଜନସଂଖ୍ୟାଠାରୁ ଆରମ୍ଭ କରି ଭୌଗୋଳିକ ସ୍ଥିତି, ଓଡ଼ିଶାର ଅର୍ଥନୀତି, ଅନ୍ୟାନ୍ୟ କ୍ଷେତ୍ରରେ କ’ଣ ସବୁ ବଡ଼ ବିକାଶ ହେବାକୁ ଅଛି, ଆଉ କେଉଁ କେଉଁ ପ୍ରକାର ଆହ୍ୱାନ ରହିଛି। ତାହା ଉପରେ ବିସ୍ତୃତ ଆଲୋଚନା କରିଛୁ। ଆଗାମୀ ୩ରୁ ୪ ଦିନ ଭିତରେ ଆହୁରି ୨ରୁ ୩ଟି ବୈଠକ ହେବ ବୋଲି ଶ୍ରୀ ଜେନା କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Miscellaneous
ବିଜେଡି ସାଂସଦଙ୍କ ପତ୍ନୀଙ୍କ କରାମତି: ରାତାରାତି ସଂସ୍ଥା ଗଢ଼ି ନେଇ ଯାଇଛନ୍ତି ସରକାରୀ ସମ୍ପତ୍ତି, ଜଳଜଳ ଦିଶୁଛି ଜାଲିଆତି
ନିଜର ଗଡ଼ଫାଦର ତଥା ‘ଧରମ ଶ୍ୱଶୁର’ଙ୍କ ପତିଆରା ଏବଂ ବିଜେଡିର ଅଘୋଷିତ ସର୍ବେସର୍ବାଙ୍କ ଛତ୍ରଛାୟାରେ ରହି ସମସ୍ତଙ୍କ ଆଖିରେ ଆଙ୍ଗୁଳି ଗେଞ୍ଜି ଶାଗମାଛ ଦରରେ ମାନସଙ୍କ ପତ୍ନୀ ଗାୟତ୍ରୀବାଳା ପଣ୍ଡା ୩୦ବର୍ଷିଆ ଲିଜରେ ରାଜ୍ୟ ସରକାରଙ୍କ ଏଭଳି ଏକ ସମ୍ପତ୍ତିକୁ ହାତେଇଛନ୍ତି ।

Miscellaneous
ନବ ଦାସ ହତ୍ୟା ମାମଲାରେ ନୂଆ ମୋଡ଼, ତଦନ୍ତ କରିବ କି ସିବିଆଇ?
ନବଙ୍କ ପରିବାର ସଦସ୍ୟ ସିବିଆଇ ତଦନ୍ତ ପାଇଁ ଲିଖିତ ଭାବେ ମୁଖ୍ୟମନ୍ତ୍ରୀଙ୍କୁ ଦେଇଛୁ ବୋଲି ଦାବି କରିଛନ୍ତି। ମାତ୍ର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନାରେ ସିବିଆଇ ତଦନ୍ତ ସମ୍ପର୍କରେ ଉଲ୍ଲେଖ ନଥିବାରୁ କିଏ ସତ କହୁଛି ତାକୁ ନେଇ ମଧ୍ୟ ପ୍ରଶ୍ନ ଉଠିଛି ।

Miscellaneous
କିଟ୍ ବିବାଦ: ଗୃହରେ ଉଦବେଗ, ଉଚ୍ଚଶିକ୍ଷା ମନ୍ତ୍ରୀ ନିରବ: ଅଚ୍ୟୁତଙ୍କ ନାଁରେ ଜମି ହଡ଼ପ ମାମଲା ରୁଜୁ
କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ବିରୁଦ୍ଧରେ ଇନଫୋସିଟି ଥାନାରେ ଜମି ହଡ଼ପ ମାମଲା ରୁଜୁ ହୋଇଛି । ଆଉ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ସରକାରଙ୍କ କୋହଳ ଆଭିମୁଖ୍ୟ ଯୋଗୁ ମୁଖ୍ୟ ଅଭିଯୁକ୍ତ ଅଦ୍ୱିକ୍ ଶ୍ରୀବାସ୍ତବ ଜାମିନ ପାଇବାର ସମ୍ଭାବନା ଥିବା ଜଣାପଡ଼ିଛି ।

Miscellaneous
ଏଆଇ ଆପ୍ ଲଢ଼େଇ: ଅଜବ ଉତ୍ତର ଦେଇ ବିବାଦରେ Grok!
ମାତ୍ର ମାସେ ତଳେ ଆସିଥିବା ଏଲନ ମସ୍କଙ୍କ ଏଆଇ-ଗ୍ରକ୍-3 ତାଙ୍କ କମ୍ପାନୀ X ବା ଟ୍ୱିଟରରେ ଚାଲିଥିବା କଥାବାର୍ତ୍ତା ଓ ଆଲୋଚନାରୁ ବି ତଥ୍ୟ ନେଇ ଅନେକ ପ୍ରସଙ୍ଗରେ ମଜାଳିଆ ଢଙ୍ଗରେ ଉତ୍ତର ଦେଉଛି।

Miscellaneous
ଓଡ଼ିଶାରେ ବଢ଼ିଚାଲିଛି ଏଚଆଇଭି ସଂକ୍ରମିତ: ଚିହ୍ନଟ ହେଲେଣି ୬୩୭୪୨ଜଣ
ସଂକ୍ରମିତ ରୋଗୀଙ୍କ ଚିକିତ୍ସା ଓ ସଂକ୍ରମଣ ହାରକୁ ପ୍ରଶମିତ କରିବା ପାଇଁ ରାଜ୍ୟରେ ମୋଟ ୨୦ଟି ଏଆରଟି କେନ୍ଦ୍ର, ୧୭ଟି ଲିଙ୍କ୍ ଏଆରଟି ଓ ୧୨ଟି ଗୋଷ୍ଠୀ ସେବା କେନ୍ଦ୍ର କାର୍ଯ୍ୟ କରୁଛି।