Advertisment

ମିଶନ ଶକ୍ତି କର୍ମକର୍ତ୍ତାଙ୍କ ବୈଠକ ଦେୟ ବଢ଼ିଲା

୧,୨୬,୦୧୦ କର୍ମକର୍ତ୍ତା ଉପକୃତ ହେବେ। ବର୍ଷକୁ ୨୪୯.୨୧ କୋଟି ଟଙ୍କା ଖର୍ଚ୍ଚ ହେବ।

 Loka Seva Bhavan

Loka Seva Bhavan

Advertisment

ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଗ୍ରାମ ପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରସନର କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି କରିଛନ୍ତି ସରକାର।ଏନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Advertisment

ଗ୍ରାମ ପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେସନର ସଭାପତି, ସଂପାଦକ ଓ ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନଙ୍କ ବୈଠକ ଦେୟ ପରିମାଣରେ ୫୦୦ ଟଙ୍କା ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ ଦେୟ ୨୦୨୩ ଅକ୍ଟୋବର ମାସରୁ ପିଛିଲା ଭାବେ ଲାଗୁ ହେବ।

ବ୍ଲକସ୍ତରୀୟ ଫେଡେରସନର ସଭାପତି ଓ ସଂପାଦକମାନେ ବୈଠକ ପାଇଁ ପୂର୍ବରୁ ୪,୦୦୦ ଟଙ୍କା ପାଉଥିବା ବେଳେ ଏବେ ୪,୫୦୦ ଟଙ୍କା ପାଇବେ। ସେହିପରି ଏହାର ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନେ ପୂର୍ବରୁ ୨,୦୦୦ ଟଙ୍କା ପାଉଥିବା ବେଳେ ଏବେ ୨,୫୦୦ ଟଙ୍କା ପାଇବେ।

Advertisment

ସେହିପରି ଗ୍ରାମ ପଞ୍ଚାୟତସ୍ତରୀୟ ଫେଡେରସନର ସଭାପତି ଓ ସମ୍ପାଦକମାନେ ବୈଠକ ପାଇଁ ପୂର୍ବରୁ ୨,୦୦୦ ଟଙ୍କା ପାଉଥିବାବେଳେ ଏବେ ୨,୫୦୦ ଟଙ୍କା ପାଇବେ ଏବଂ ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନେ ପୂର୍ବରୁ ୧,୦୦୦ ଟଙ୍କା ପାଉଥିବା ବେଳେ ଏବେ ୧,୫୦୦ ଟଙ୍କା ପାଇବେ। ଏହା ଦ୍ୱାରା ବର୍ଷକୁ ୨୪୯.୨୧ କୋଟି ଟଙ୍କା ଖର୍ଚ୍ଚ ହେବ।

ସୂଚନାଯୋଗ୍ୟ,ରାଜ୍ୟରେ ସମୁଦାୟ ୬୭୬ ଜଣ ବ୍ଲକସ୍ତରୀୟ ଫେଡେରସନ ସଭାପତି ଓ ସଂପାଦକ ଥିବା ବେଳେ ଅନ୍ୟ ସଦସ୍ୟମାନଙ୍କ ସଂଖ୍ୟା ୩୦୪୨ । ସେହିପରି ଗ୍ରାମପଞ୍ଚାୟତସ୍ତରୀୟ ଫେଡେରସନରେ ୧୩,୫୮୮ ଜଣ ସଭାପତି ଓ ସମ୍ପାଦକ ଥିବା ବେଳେ ଅନ୍ୟ ସଦସ୍ୟମାନଙ୍କ ସଂଖ୍ୟା ୧,୦୮,୭୦୪ । ଏହା ପରି ସମୁଦାୟ ୧,୨୬,୦୧୦ କର୍ମକର୍ତ୍ତା ଉପକୃତ ହେବେ।

Mission Shakti Politics Mission Shakti
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe