Advertisment

ବସ୍ତିରେ ବୁଲିଲେ; ଲୋକଙ୍କ ସହ କଥା ହେଲେ ବିଲ ଗେଟ୍ସ

୨୦୨୧ ମସିହାରେ ବିଲ ଗେଟ୍ସ ଫାଉଣ୍ଡେସନ ସହ ଓଡ଼ିଶା ସରକାରଙ୍କ ଚୁକ୍ତିନାମା ସ୍ୱାକ୍ଷର ହୋଇଥିଲା।

Bill Gates

Bill Gates

Advertisment

ଭୁବନେଶ୍ୱର ସ୍ଥିତ ମାଆ ମଙ୍ଗଳା ବସ୍ତିରେ ପହଞ୍ଚି ଲୋକଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ ଗେଟ୍ସ। ଏହାସହ ବସ୍ତିରେ ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି ବିଲ୍ ଗେଟ୍ସ। 

Advertisment

ଏହା ପରେ ବିଲ୍ ଗେଟ୍ସ କୃଷି ଭବନ ଗସ୍ତ କରିଛନ୍ତି।  ପରେ ସେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଗେଟ୍ସ ଫାଉଣ୍ଡେସନ ସହାୟତାରେ କୃଷି ସମୀକ୍ଷା କେନ୍ଦ୍ର କାର୍ଯ୍ୟ କରୁଛି। ଏହା ସମନ୍ୱିତ ଚାଷ ପାଇଁ ଉନ୍ନତ ଜ୍ଞାନ କୌଶଳ ବାବଦରେ ଚାଷୀଙ୍କୁ ସୂଚନା ଦେଉଛି। ୨୦୨୧ ମସିହାରେ ବିଲ ଗେଟ୍ସ ଫାଉଣ୍ଡେସନ ସହ ଓଡ଼ିଶା ସରକାରଙ୍କ ଚୁକ୍ତିନାମା ସ୍ୱାକ୍ଷର ହୋଇଥିଲା।

ଉନ୍ନୟନ କମିଶନର ଅନୁ ଗର୍ଗ କହିଛନ୍ତି, ବସ୍ତିବାସିନ୍ଦାଙ୍କୁ ଜମି ପଟ୍ଟା ମିଳିଛି କି ନାହିଁ  ପିଇବା ପାଣିର ସୁବିଧା ଅଛି କି ସେସବୁ ସମୀକ୍ଷା କରିଥିଲାମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା। ମିଶନ ଶକ୍ତି କିପରି ଚାଲିଛି ଏନେଇ ମହିଳାମାନଙ୍କ ସହ ମଧ୍ୟ ଆଲୋଚନା କରିଥିଲେ। ମହିଳାମାନେ ଯାହା କହିଲେ ତାହା ଶୁଣି ସେ ଖୁସି ହୋଇଥିଲେ।

Advertisment
Bhubaneswar Bill Gates
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe