Advertisment

କାଲି ଓଡ଼ିଶା ଆସୁଛନ୍ତି ମୋଦି, ରାଜଧାନୀରେ ଚେକିଂ କଡ଼ାକଡ଼ି

ଆସନ୍ତାକାଲି ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନଭେନସନ ସେଣ୍ଟରରେ ଡିଜିପି ସମ୍ମିଳନୀ ଅନୁଷ୍ଠିତ ହେବ। ଏହା ଡିସେମ୍ବର ୧ ପର୍ଯ୍ୟନ୍ତ ଚାଲିବ ।

author-image
Niharika Rout
ଅଦ୍ୟତନ ହୋଇଛି
Security in Bhubaneswar

Security in Bhubaneswar

ଆସନ୍ତାକାଲି ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନଭେନସନ ସେଣ୍ଟରରେ ଡିଜିପି ସମ୍ମିଳନୀ ଅନୁଷ୍ଠିତ ହେବ। ଏହା ଡିସେମ୍ବର ୧ ପର୍ଯ୍ୟନ୍ତ ଚାଲିବ । ଏହି ସମ୍ମିଳନୀରେ ଯୋଗ ଦେବାକୁ ଆସନ୍ତାକାଲିଠାରୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ବି ଓଡ଼ିଶା ଆସୁଛନ୍ତି। ତେଣୁ ଡିଜିପି ଓ ଆଇଜି ସମ୍ମିଳନୀ ପାଇଁ ସୁରକ୍ଷା ବଳୟରେ ରହିଛି ଭୁବନେଶ୍ୱର।

Advertisment

ଆସନ୍ତାକାଲି ଅପରାହ୍ନ ୪ଟା ୨୦ରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ। ତା’ପୂର୍ବରୁ ଭୁବନେଶ୍ୱରରେ ପହଞ୍ଚିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ।

ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀଙ୍କ ଗସ୍ତ ପାଇଁ ରାଜଧାନୀ ଭୁବନେଶ୍ୱରରେ ହୋଇଛି କଡ଼ା ସୁରକ୍ଷା ବ୍ୟବସ୍ଥା । ସହରର ସମସ୍ତ ଏଣ୍ଟ୍ରି ପଏଣ୍ଟକୁ ସିଲ୍‌ କରି କଡ଼ା ଯାଞ୍ଚ କରୁଛନ୍ତି ପୁଲିସ ଓ ବିଏସଏଫ । ଭୁବନେଶ୍ୱର ଭିତରକୁ ଆସୁଥିବା ଗାଡ଼ି ଓ ବାହାରକୁ ଯାଉଥିବା ସମସ୍ତ ଗାଡ଼ିର ତନଖି କରାଯାଉଛି । ପିଏମଙ୍କ ଗସ୍ତ ପାଇଁ ରାତିସାରା ଭୁବନେଶ୍ବରର ବିଭିନ୍ନ ଏଣ୍ଟ୍ରି ପଏଣ୍ଟରେ କଡ଼ା ଚେକିଂ କରାଯାଇଛି ।

Advertisment

ଅନ୍ୟପଟେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଥିବା ସ୍ଥାନରେ ‘ନୋ ଫ୍ଲାଇଙ୍ଗ ଜୋନ୍’ ଘୋଷଣା କରାଯାଇଛି। କାର୍ଯ୍ୟକ୍ରମ ସମୟରେ ଏହି ସବୁ ସ୍ଥାନରେ କୌଣସି ଡ୍ରୋନ୍ ଉଡ଼ି ପାରିବ ନାହିଁ।

ରାଜଧାନୀରେ ସୁରକ୍ଷା କଡ଼ାକଡ଼ି କରାଯାଇଛି । ଚାରିଆଡ଼େ ପଇଁତରା ମାରୁଛନ୍ତି ବିଏସଏଫ୍ ଯବାନ। ରାଜ୍ୟ ଅତିଥି ଭବନରୁ ଆରମ୍ଭ କରି ଆଖପାଖ ଅଞ୍ଚଳରେ ସଶସ୍ତ୍ର ବିଏସଏଫ ଯବାନ ମୁତୟନ କରାଯାଇଛି। ସବୁ ବିଲଡିଂକୁ ତନ୍ନତନ୍ନ କରି ଯାଞ୍ଚ କରିବା ସହ କଡ଼ା ନଜର ରଖାଯାଇଛି।

ଡିଜିପି ସମ୍ମିଳନୀ ପାଇଁ ସଜେଇ ହୋଇଛି ଭୁବନେଶ୍ୱର। ରାଜ୍ୟ ଅତିଥି ଭବନଠୁ ଆରମ୍ଭ କରି ରାସ୍ତାଘାଟ ସବୁଠି ସାଜସଜ୍ଜା ଚାଲିଛି। ରଙ୍ଗୀନ୍ ଆଲୋକମାଳାରେ ଝଲସୁଛି ରାଜଧାନୀ। ସବୁଠି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି। ସମ୍ମିଳନୀ ହେବାକୁ ଥିବା ଲୋକସେବା ଭବନ କନଭେନସନ୍ ସେଣ୍ଟର ଏବଂ ଷ୍ଟେଟ୍ ଗେଷ୍ଟ ହାଉସରେ ପ୍ରସ୍ତୁତି କିଭଳି ହୋଇଛି ଏବଂ କେଉଁ ପର୍ଯ୍ୟାୟରେ ପହଞ୍ଚିଛି ସେନେଇ ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ।

Bhubaneswar