Advertisment

ଉର୍ଦ୍ଦୁ ଶିକ୍ଷକଙ୍କ ପାରିଶ୍ରମିକ ବଢ଼ିଲା

ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ରାଜ୍ୟର ୮୪ ଜଣ ଉର୍ଦ୍ଦୁ ଶିକ୍ଷକ ଉପକୃତ ହେବେ।

 Loka Seva Bhavan

Loka Seva Bhavan

Advertisment

ରାଜ୍ୟର ଉଚ୍ଚ ପ୍ରାଥମିକ ଓ ମଧ୍ୟ ଇଂରାଜୀ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।

Advertisment

ଏହି ଉର୍ଦ୍ଦୁ ଶିକ୍ଷକମାନେ ମାସିକ ପାରିଶ୍ରମିକ ବାବଦକୁ ୭,୪୦୦ ଟଙ୍କା ପାଉଥିବା ବେଳେ ଏଣିକି ସେମାନେ ୧୫,୦୦୦ ଟଙ୍କା ପାଇବେ। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ଉଚ୍ଚ ପ୍ରାଥମିକ ଓ ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ୪୪ ଜଣ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ୪୦ ଉର୍ଦ୍ଦୁ ସମ୍ବଳ ଶିକ୍ଷକ ଉପକୃତ ହେବେ।

ରାଜ୍ୟର ବିଭିନ୍ନ ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଓ ଉଚ୍ଚ ବିଦ୍ୟାଳୟରେ ଉର୍ଦ୍ଦୁ ବିଷୟକୁ ପ୍ରାଥମିକ ଭାଷା ଭାବେ ଗ୍ରହଣ କରୁଥିବା ତଥା ୧୦ରୁ ଉର୍ଦ୍ଧ୍ୱ ଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ରାଜ୍ୟ ସରକାର ଚୁକ୍ତିଭିତ୍ତିକ ଉର୍ଦ୍ଦୁ ଶିକ୍ଷକ ଓ ଉର୍ଦ୍ଦୁ ସମ୍ବଳ ଶିକ୍ଷକ ନିଯୁକ୍ତ କରିଛନ୍ତି । 

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe