Advertisment

ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଆରମ୍ଭ ହେବ ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’

ଓଡ଼ିଶା ରାଜ୍ୟ ଅଣଗେଜେଟେଡ ପ୍ରାଣୀ ଚିକିତ୍ସା ବୈଷୟିକ କର୍ମଚାରୀ ସଂଘର ସାଧାରଣ ଅଧିବେଶନରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ପ୍ରାଣୀ ସମ୍ପଦର ବିକାଶ କ୍ଷେତ୍ରରେ ପ୍ରାଣୀ ଚିକିତ୍ସା ବିଭାଗର କର୍ମଚାରୀମାନଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି।

CM

CM

Advertisment

ଆମର ଅଧିକାଂଶ ଚାଷୀ କ୍ଷୁଦ୍ର ଓ ମଧ୍ୟମ ଅଥବା ଭୂମିହୀନ ବର୍ଗର ଅଟନ୍ତି। କୃଷକମାନଙ୍କ ରୋଜଗାର ବୃଦ୍ଧି ପାଇଁ ସେମାନଙ୍କ ଆର୍ଥିକ ସ୍ୱଚ୍ଛଳତା ସକାଶେ ପଶୁ ପାଳନ ସବୁଠାରୁ ଭଲ ମାଧ୍ୟମ। କୃଷି କାର୍ଯ୍ୟ ସହିତ ଗାଈ, ଛେଳି, ମେଣ୍ଢା ଓ ମାଛ ଚାଷ ଆଦି କାର୍ଯ୍ୟରେ ସମ୍ପୃକ୍ତ ରହିଲେ ସେମାନେ ସ୍ୱାବଲମ୍ବୀ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

Advertisment

ଓଡ଼ିଶା ରାଜ୍ୟ ଅଣଗେଜେଟେଡ ପ୍ରାଣୀ ଚିକିତ୍ସା ବୈଷୟିକ କର୍ମଚାରୀ ସଂଘର ସାଧାରଣ ଅଧିବେଶନରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ପ୍ରାଣୀ ସମ୍ପଦର ବିକାଶ କ୍ଷେତ୍ରରେ ପ୍ରାଣୀ ଚିକିତ୍ସା ବିଭାଗର କର୍ମଚାରୀମାନଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଗ୍ରାମାଞ୍ଚଳଠୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ବିଶେଷ କରି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ପ୍ରାଣୀଧନ ନିରୀକ୍ଷକ ଓ ବିଭାଗୀୟ ଅନ୍ୟ କର୍ମଚାରୀମାନେ ନିରନ୍ତର ଭାବେ ପ୍ରାଣୀ ସେବା ଯୋଗାଇଥାନ୍ତି। ଆମର ଏହି ବିଭାଗର କର୍ମଚାରୀମାନଙ୍କ ବୈଷୟିକ ଜ୍ଞାନ ଚାଷୀ ଭାଇମାନଙ୍କ ରୋଜଗାର ବୃଦ୍ଧି ପାଇଁ ଖୁବ୍ ସହାୟକ ହୋଇଥାଏ। ପ୍ରାଣୀ ପାଳନ ମନୁଷ୍ୟ ସମାଜର ସବୁଠାରୁ ପୁରାତନ ଜୀବିକା। ଆଜି ସମୟ ବଦଳି ଯାଇଛି। ମଣିଷ ସମାଜ ବର୍ତ୍ତମାନ ବିଭିନ୍ନ ପ୍ରକାର ବୃତ୍ତିଗତ ବ୍ୟବସାୟରେ ଜଡିତ ହୋଇ ଆଗକୁ ବଢୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଉପସ୍ଥିତ କର୍ମଚାରୀମାନଙ୍କୁ ଉତ୍ସାହିତ କରି କହିଥିଲେ, ଆପଣମାନେ ଆପଣଙ୍କ ବୃତ୍ତିକୁ ଏକ ସାଧାରଣ ଚାକିରି ବୋଲି ଭାବନ୍ତୁ ନାହିଁ। ଆପଣମାନଙ୍କ ଜ୍ଞାନ ଯେପରି ଲୋକଙ୍କ ଉପକାରରେ ଆସିବ, ସେମାନେ ଯେପରି ପଶୁ ପାଳନ ବୃତ୍ତିକୁ ଏକ ଲାଭ ଜନକ ତଥା ସମ୍ମାନଜନକ ବୃତ୍ତି ଭାବେ ଗ୍ରହଣ କରିବେ ସେଥିପାଇଁ ଉଦ୍ୟମ କରନ୍ତୁ। ଆପଣମାନେ ସରକାରଙ୍କ ଯୋଜନାକୁ ଲୋକଙ୍କ ପାଖେ ପହଞ୍ଚାନ୍ତୁ ଏବଂ ସେମାନଙ୍କୁ ଏ ଦିଗରେ ପ୍ରୋତ୍ସାହିତ କରନ୍ତୁ। ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାଣୀ ପାଳନ ଉଦ୍ୟୋଗ ପ୍ରତିଷ୍ଠା ପାଇଁ ଅନେକ ସହାୟତା ଓ ରିହାତିର ବ୍ୟବସ୍ଥା କରାଯାଇଛି। ଆମ ଯୋଜନା ସଠିକ ଭାବେ କାର୍ଯ୍ୟକାରୀ ହେଲେ ସାଧାରଣ ଲୋକ ଓ ଯୁବବର୍ଗ ଏ କ୍ଷେତ୍ର ପ୍ରତି ଅଧିକ ଆକର୍ଷିତ ହେବେ। ପ୍ରାଣୀ ସମ୍ପଦର ବିକାଶ ପାଇଁ ଚଳିତ ବର୍ଷ ବଜେଟରେ ୬୯୭ କୋଟି ଟଙ୍କା ରଖାଯାଇଛି। ଆମ ନୂଆ ସରକାରଙ୍କ ଦ୍ୱାରା ନୂତନ ଯୋଜନା ମଧ୍ୟ ଆରମ୍ଭ ହେବାକୁ ଯାଉଛି। ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ‘ମୁଖ୍ୟମନ୍ତ୍ରୀ କାମଧେନୁ’ ଯୋଜନା ଓ ପ୍ରାଣୀ ମଙ୍ଗଳ କାର୍ଯ୍ୟକ୍ରମ ପାଇଁ ‘ମୁଖ୍ୟମନ୍ତ୍ରୀ ପ୍ରାଣୀ କଲ୍ୟାଣ ଯୋଜନା’ ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Advertisment

କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ ଯୋଗଦେଇଥିବା ବେଳେ ବିଧାୟକ ତଥା ଅଭ୍ୟର୍ଥନା କମିଟିର ଅଧ୍ୟକ୍ଷ ଶାରଦା ପ୍ରସାଦ ପ୍ରଧାନ କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ସଂଘର ସାଧାରଣ ସମ୍ପାଦକ ବସନ୍ତ କୁମାର ସାହୁ ସମ୍ପାଦକୀୟ ବିବରଣୀ ପାଠ କରିଥିଲେ।

Bhubaneswar Bjp Mohan Charan Majhi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe