Advertisment

ଚଳିତ ଶିକ୍ଷାବର୍ଷରୁ ଉଚ୍ଚଶିକ୍ଷା କ୍ଷେତ୍ରରେ ଆରମ୍ଭ ହେବ ଜାତୀୟ ଶିକ୍ଷା ନୀତି

ନୂତନ ଶିକ୍ଷା ନୀତି ୨୦୨୦ ଅନୁସାରେ ଓଡ଼ିଶାରେ ଚାରି ବର୍ଷର ସ୍ନାତକ କୋର୍ସ ଆରମ୍ଭ ହେବାକୁ ଯାଉଛି। ଯେଉଁଥିରେ ପ୍ରତ୍ୟେକ ବର୍ଷ ପରେ ଯୋଗ୍ୟ ଛାତ୍ରମାନଙ୍କୁ ସାର୍ଟିଫିକେଟ୍‌, ଡିପ୍ଲୋମା, ଡିଗ୍ରୀ ଓ ଡିଗ୍ରୀ ଅନର୍ସ ପ୍ରଦାନ କରାଯିବ।

ଅଦ୍ୟତନ ହୋଇଛି
College

College

Advertisment

ଉଚ୍ଚଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଓ ଅନୁବନ୍ଧିତ ମହାବିଦ୍ୟାଳୟ ଗୁଡିକରେ ଏହି ନୂତନ ଶିକ୍ଷାନୀତି ପ୍ରବର୍ତ୍ତନ ପାଇଁ ଅନୁମୋଦନ ଦେଇଛନ୍ତି। ଏହି ପଦକ୍ଷେପ ରାଜ୍ୟର ଶିକ୍ଷା ପ୍ରଣାଳୀରେ ଅନେକ ପରିବର୍ତ୍ତନ ଆଣିବାକୁ ଉଦ୍ଦିଷ୍ଟ ହେବ।

Advertisment

ନୂତନ ଶିକ୍ଷା ନୀତି ୨୦୨୦ ଅନୁସାରେ ଓଡ଼ିଶାରେ ଚାରି ବର୍ଷର ସ୍ନାତକ କୋର୍ସ ଆରମ୍ଭ ହେବାକୁ ଯାଉଛି। ଯେଉଁଥିରେ ପ୍ରତ୍ୟେକ ବର୍ଷ ପରେ ଯୋଗ୍ୟ ଛାତ୍ରମାନଙ୍କୁ ସାର୍ଟିଫିକେଟ୍‌, ଡିପ୍ଲୋମା, ଡିଗ୍ରୀ ଓ ଡିଗ୍ରୀ ଅନର୍ସ ପ୍ରଦାନ କରାଯିବ। ୟୁଜିସି ଦ୍ୱାରା ପ୍ରଦତ୍ତ କ୍ରେଡିଟ୍‌ ଫ୍ରେମ୍‌ୱର୍କ ଆଧାରରେ ରାଜ୍ୟସ୍ତରୀୟ କ୍ରେଡିଟ୍‌ ଫ୍ରେମ୍‌ୱର୍କ ପ୍ରସ୍ତୁତ ହୋଇଛି। ଏଥିରେ ଦକ୍ଷତା ବିକାଶ ଓ ଇଣ୍ଟର୍ଣ୍ଣସିପ୍‌ ପାଇଁ ସୁଯୋଗ ପ୍ରଦାନ ସହିତ ଉପଯୁକ୍ତ କ୍ରେଡିଟ୍‌ ପ୍ରଦାନ କରାଯାଇଅଛି। କମ୍ୟୁନିଟି ସର୍ଭିସ୍‌ ଓ Extra Curricular Activities, ଏନ୍‌ସିସି ଏନଏସ୍‌ଏସ୍‌ ଇତ୍ୟାଦି ପାଇଁ ମଧ୍ୟ କ୍ରେଡିଟ୍‌ ପ୍ରଦାନ କରାଯିବ। ଏତଦ୍ୱାରା ଛାତ୍ରଛାତ୍ରୀମାନେ ନିଜ ଇଚ୍ଛାରେ ତାଙ୍କର ବିଷୟ ଗୁଡିକ ଚୟନ କରି ଏକାଧିକ ଥର ପାଇଁ ଉଚ୍ଚ ଶିକ୍ଷା ଅନୁଷ୍ଠାନମାନଙ୍କରେ ପ୍ରବେଶ ଓ ପ୍ରସ୍ଥାନ ସହିତ ୭ ବର୍ଷ ଭିତରେ ତାଙ୍କର ଡିଗ୍ରୀ କୋର୍ସକୁ ପୂର୍ଣ୍ଣ କରିପାରିବେ।

ନୂତନ ଶିକ୍ଷା ନୀତି ୨୦୨୦ ଅନୁସାରେ ଓଡ଼ିଶାର ଉଚ୍ଚ ଶିକ୍ଷା ବ୍ୟବସ୍ଥାକୁ ଅଧିକ ଗୁଣାତ୍ମକ, ସ୍ୱାୟତ୍ତ ଓ ସମାବେଶୀ କରିବାକୁ ପଦକ୍ଷେପ ନିଆଯାଉଛି। ଏଥିରେ ଭିନ୍ନ ଯୋଜନାମାନଙ୍କ ମାଧ୍ୟମରେ ଅନୁସନ୍ଧାନ ଓ ନୂତନତାକୁ ବଢ଼ାଇବା, ପ୍ରାକ୍ଟିକାଲ୍‌ ଆଧାରିତ ଶିକ୍ଷାକୁ ଓ ଶିଳ୍ପ ସହିତ ଇଣ୍ଟର୍ନସିପ୍‌ ଆଦି ଦ୍ୱାରା ନିପୁଣତା ବଢ଼ାଇବା ଲକ୍ଷ୍ୟ କରାଯାଉଛି। ପାଠ୍ୟକ୍ରମକୁ ଅଧିକ ରୋଜଗାର ଭିତ୍ତିକ ଏବଂ ଶିଳ୍ପ ଆବଶ୍ୟକତା ଅନୁଯାୟୀ କରାଯିବ। ଏଥିପାଇଁ ବର୍ତ୍ତମାନରେ ୪୦ଟି ସ୍ନାତକ ମୂଳ ବିଷୟ ପାଇଁ ବିସ୍ତୃତ ମଡେଲ୍‌ ସିଲାବସ୍‌ ସହିତ ୨ଟି ଦକ୍ଷତା ବୃଦ୍ଧି ପାଠ୍ୟକ୍ରମ, ୧୧୨ଟି Multi Disciplinary ପାଠ୍ୟକ୍ରମ, ୧୪ଟି ଧନ୍ଦା ମୂଳକ ପାଠ୍ୟକ୍ରମ, ୫୬ଟି ମୂଲ୍ୟ ଯୁକ୍ତ ପାଠ୍ୟକ୍ରମ ଓ ୮୪ଟି ଦକ୍ଷତା ବୃଦ୍ଧି ପାଠ୍ୟକ୍ରମ ଅନୁମୋଦନ କରାଯାଇଛି।

Advertisment
Odisha Education
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe