Advertisment

ଲାଗିଲା ଅଙ୍କୁଶ; ହାଇକୋର୍ଟଙ୍କ ବିନା ଅନୁମତିରେ ହୋଇପାରିବନି ନୂଆ ଜିଲ୍ଲା ଗଠନ

ହାଇକୋର୍ଟଙ୍କ ଏହି ଅନ୍ତରୀଣ ନିର୍ଦ୍ଦେଶ ପରେ ପଦ୍ମପୁରକୁ ନୂଆ ଜିଲ୍ଲା ଗଠନ ନେଇ ଝଟକା ଲାଗିଛି।

author-image
Tapaswini Nayak
HighCourt

HighCourt

ନୂଆ ଜିଲ୍ଲା ଘୋଷଣା ଉପରେ ଅଙ୍କୁଶ ଲାଗିଛି। ହାଇକୋର୍ଟଙ୍କ ବିନା ଅନୁମତିରେ ରାଜ୍ୟ ସରକାର ନୂଆ ଜିଲ୍ଲା ଗଠନ ପାଇଁ ନିର୍ଦ୍ଦେଶନାମା ଜାରି କରିପାରିବେ ନାହିଁ।

Advertisment

ଅର୍ଥନୈତିକ ସ୍ଥିତି,ଜନସଂଖ୍ୟା, ଅଞ୍ଚଳର ପରିସୀମା, ପଛୁଆ ପ୍ରସଙ୍ଗକୁ ବିଚାରକୁ ନ ନେଇ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ଭାବେ ଜିଲ୍ଲା ଗଠନ ନିଷ୍ପତ୍ତି ହେଉଥିବା ଅଭିଯୋଗ କରି ଦାୟର ମାମଲାକୁ ହାଇକୋର୍ଟ ଗ୍ରହଣ କରି ଏଭଳି ଅନ୍ତରୀଣ ଅଙ୍କୁଶ ଜାରି କରିଛନ୍ତି। ଏଥିସହ ଏହି ମାମଲାରେ ବିଭିନ୍ନ ପକ୍ଷଙ୍କୁ ଜବାବ ତଲବ କରିଛନ୍ତି।

ଜିଲ୍ଲା ପୁନର୍ଗଠନ ପ୍ରକ୍ରିୟା ପ୍ରସଙ୍ଗରେ ସରକାର ପଦକ୍ଷେପ ନେଇପାରିବେ, କିନ୍ତୁ ଅଦାଲତଙ୍କ ବିନା ଅନୁମତିରେ ଏହି ପ୍ରସଙ୍ଗରେ କୌଣସି ଚୂଡାନ୍ତ ଆଦେଶ ପ୍ରଦାନ କରାଯାଇ ପାରିବ ନାହିଁ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି।

Advertisment

ହାଇକୋର୍ଟଙ୍କ ଏହି ଅନ୍ତରୀଣ ନିର୍ଦ୍ଦେଶ ପରେ ପଦ୍ମପୁରକୁ ନୂଆ ଜିଲ୍ଲା ଗଠନ ନେଇ ଝଟକା ଲାଗିଛି। ଶୀତ ଅବକାଶର ଦୁଇ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

Cuttack Odisha Highcourt